ଭଙ୍ଗା ହେଲା ଜଳସମ୍ପଦ ଡାକବଙ୍ଗଳା ପାଚେରି

ରତ୍ନଗିରି,୨୪ା୬(ଡି.ଏନ.ଏ.)- ବରୀର ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀ ଭାବେ ପରିଚିତ ବରୀ ମାଉଣ୍ଡଠାରୁ ବ୍ଲକ କାର୍ଯ୍ୟାଳୟ, ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ, ବରୀ ରାମଚନ୍ଦ୍ରପୁର ଥାନାକୁ ସଂଯୋଗୀକରଣ ରାସ୍ତାରେ ଡାକବଙ୍ଗଳା ନିକଟ ପାଚେରି ରହିଛି। ଏହି ପାଚେରି ଯୋଗୁ ଟ୍ରାଫିକ ସମସ୍ୟା ଲାଗି ରହିଥିବାରୁ ସ୍ଥାନୀୟ ଲୋକେ ବାରମ୍ବାର ଅଭିଯୋଗ କରିଆସୁଥିଲେ। ହେଲେ ପ୍ରଶାସନ ଅଭିଯୋଗକୁ ପ୍ରଶାସନ କର୍ଣ୍ଣପାତ କରୁ ନ ଥିବା ଜଣାପଡ଼ିଛି। ମାତ୍ର ନବ ନିର୍ବାଚିତା ବିଧାୟିକା ସୁନନ୍ଦା ଦାସ ବରୀ ଅଞ୍ଚଳର ମୌଳିକ ସମସ୍ୟାକୁ ଗୁରୁତ୍ୱ ଦେଇ ସମାଧାନ ପାଇଁ ଡାକବଙ୍ଗଳାଠାରେ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏଥିସହ ତୁରନ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ଘଟଣାକୁ ଗୁରୁତ୍ୱ ଦେଇ ଟ୍ରାଫିକ ସମାସ୍ୟା ଦୂର କରିବା ପାଇଁ ସୋମବାର ଜଳସମ୍ପଦ ବିଭାଗର ଡାକବଙ୍ଗଳା ପାଚେରି ଭଙ୍ଗାଯାଇ ରାସ୍ତାକୁ ପ୍ରସସ୍ତୀକରଣ ପାଇଁ ବ୍ୟବସ୍ଥା କରାଯିବା ଦେଖିବାକୁ ମିଳିଛି। ଏ ସମ୍ପର୍କରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବାସ ଚନ୍ଦ୍ର ତ୍ରିପାଠୀଙ୍କୁ ପଚାରିବାରୁ, ଆବଶ୍ୟକତା ଓ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ ଏହି ପାଚେରି ଭଙ୍ଗାଯାଉଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ଭୁବନେଶ୍ବର,୨।୧: ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଛନ୍ତି । ଓଡ଼ିଶା...

Iran Protests: ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି ଇରାନ! ୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨।୧ବିଶ୍ୱର ବିଭିନ୍ନ ଦେଶ ନୂତନ ବର୍ଷ ପାଳନ କରୁଥିବା ବେଳେ, ଇରାନ ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି । ଆର୍ଥିକ ସଙ୍କଟ ବିରୋଧରେ ଆରମ୍ଭ ହୋଇଥିବା ବିକ୍ଷୋଭ...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri