ଭଞ୍ଜନଗରରେ କରୋନା ଭୟ: ପରୀକ୍ଷା କରାଇବାକୁ କଟକ ଗଲେ ଡାକ୍ତରୀ ଛାତ୍ର

ଭଞ୍ଜନଗର,୧୫।୨ (ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ କରୋନା ଭୂତାଣୁ ଭୟ ଦେଖାଦେଇଛି। ଗତ ଜାନୁୟାରୀ ୧୪ରେ ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ କରୋନା ଭୂତାଣୁ ସଂକ୍ରମଣ କରିଥାଇପାରେ ବୋଲି ସନ୍ଦେହ କରାଯାଉଛି। ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନିମନ୍ତେ ଶୁକ୍ରବାର ରାତି ପ୍ରାୟ ୯ଟାରେ କଟକ ବଡ଼ ମେଡିକାଲକୁ ପଠାଯାଇଛି। ଏହି ଘଟଣା ଜଣାପଡ଼ିବା ପରେ ଅଞ୍ଚଳବାସୀ ଆତଙ୍କିତ ହୋଇଛନ୍ତି। ଅନ୍ୟପକ୍ଷରେ ଲୋକେ ଭୟଭୀତ ନ ହେବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି। ସେପଟେ ଭଞ୍ଜନଗର ବୁଲିବାକୁ ଆସିଥିବା ଦୁଇ ବିଦେଶୀ ପର୍ଯ୍ୟଟକଙ୍କ ପାସ୍‌ପୋର୍ଟ ମଧ୍ୟ ପୋଲିସ ଯାଞ୍ଚ କରିଛି। ସେମାନେ ଆମେରିକାର ବୋଲି ଜଣାପଡ଼ିଛି। ଚାଇନାରେ ଡାକ୍ତରୀ ପାଠ ପଢ଼ୁଥିବା ଭଞ୍ଜନଗରର ଛାତ୍ରଜଣକ ନିଜ ଗ୍ରାମକୁ ଫେରିବାର ମାସେ ବିତିଲାଣି। କରୋନା ଭୂତାଣୁ ସଂକ୍ରମଣ ନେଇ ତାଙ୍କଠାରେ କୌଣସି ଲକ୍ଷଣ ଦେଖାଯାଇ ନ ଥିଲା। ମାତ୍ର ଶୁକ୍ରବାର ସନ୍ଧ୍ୟାରେ କେତେଜଣ ଲୋକ ସମ୍ପୃକ୍ତ ଛାତ୍ରଙ୍କୁ ନେଇ ଭୟଭୀତ ହୋଇ ତାଙ୍କ ସମ୍ପର୍କରେ ସ୍ଥାନୀୟ ପୋଲିସ ପ୍ରଶାସନକୁ ଜଣାଇଥିଲେ। ରାତି ପ୍ରାୟ ସାଢ଼େ ୮ଟାରେ ତାଙ୍କୁ ଭଞ୍ଜନଗର ଡାକ୍ତରଖାନାକୁ ଆଣି ପ୍ରାଥମିକ ଚିକତ୍ସା କରାଯାଇଥିଲା। ତେବେ ଏଠାରେ କୌଣସି ବ୍ୟବସ୍ଥା ନଥିବା ଯୋଗୁ କଟକ ବଡ଼ ମେଡିକାଲକୁ ପଠାଇ ଦିଆଯାଇଛି। ବିଦେଶରୁ ଯେଉଁମାନେ ଗତ କିଛିଦିନ ମଧ୍ୟରେ ଆସିଛନ୍ତି, ସେମାନେ ନିଜ ସ୍ବାସ୍ଥ୍ୟ ପରୀକ୍ଷା କରାଇ ନେବାକୁ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri