ଭଞ୍ଜନଗରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି

ଭଞ୍ଜନଗର,୨୦।୮(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ । ଜିଲାପାଳଙ୍କ ନିକଟକୁ ମୋଟ ୨୮୬ ଅଭିଯୋଗ ଆସିଥିଲା। ସେଥିରୁ ଅଧିକାଂଶ ରାଶନ କାର୍ଡ଼, ବିଭିନ୍ନ ଭତ୍ତା ଓ ସରକାରୀ ସହାୟତା ସମ୍ପର୍କିତ ଅଭିଯୋଗ ଥିଲା। ଅଭିଯୋଗ ଶୁଣାଣିରେ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡରୁ ୭ଜଣଙ୍କୁ ୧ଲକ୍ଷ ୨୦ ହଜାର ଟଙ୍କା ଏବଂ ରେଡ଼କ୍ରସରୁ ୫ଜଣଙ୍କୁ ୨୧ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।
ଭଞ୍ଜନଗର ଡାକ୍ତରଖାନାରେ ୨୩ ଡ଼ାକ୍ତର ରହିବା ବଦଳରେ ବର୍ତ୍ତମାନ ଅଛନ୍ତି ୧୦ ଜଣ। ସେଥିମଧ୍ୟରୁ ୩ ଜଣଙ୍କୁ ଡ଼େପୁଟେଶନରେ ଅନ୍ୟତ୍ର ପଠାଯାଇଛି। ଏହାଦ୍ୱାରା ରୋଗୀ ସେବା ପ୍ରଭାବିତ ହେଉଥିବାରୁ କଂଗ୍ରେସ ପକ୍ଷରୁ ଦୃଢ଼ ପ୍ରତିବାଦ କରାଯାଇଛି । ଏ ନେଇ ପିସିସି ସଭ୍ୟ ଦେବୀ ବିଷୋୟୀଙ୍କ ନେତୃତ୍ୱରେ କଂଗ୍ରେସ ନେତାମାନେ ଜିଲାପାଳଙ୍କୁ ଭେଟି ଡ଼େପୁଟେଶନ ପ୍ରତ୍ୟାହାର କରିବା ପାଇଁ ଦାବି କରିଛନ୍ତି । ନଚେତ କଂଗ୍ରେସ ଆଗାମୀ ଦିନରେ ଆନ୍ଦୋଳନ କରିବ ବୋଲି ବିଷୋୟୀ ସୂଚନା ଦେଇଛନ୍ତି। ଏଥିସହ ଡାକ୍ତରଖାନାରେ ଅଲଟ୍ରାସାଉଣ୍ଡ ମେଶିନକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ମଧ୍ୟ ଦାବି କରାଯାଇଛି । କଂଗ୍ରେସ ନେତା ପ୍ରଶାନ୍ତ ବିଷୋୟୀ, ନାରାୟଣ ସେଠୀ, ଟୁନା ସାହୁ, ଅଯୋଧ୍ୟାନାଥ ମହାପାତ୍ର, ସୀମାଞ୍ଚଳ ବିଷୋୟୀ ଏହି ଦାବି ଜଣାଇଛନ୍ତି। ସେହିପରି କିଛିଦିନ ପୂର୍ବେ ବର୍ଷାରେ ବେଲଗୁଣ୍ଠା ନିକଟସ୍ଥ ଚଢ଼େୟାପଲ୍ଲୀ ଅସ୍ଥାୟୀ ରାସ୍ତା ଧୋଇଯାଇଥିଲା । ନୂତନ ସେତୁ କାମ ଧିମାରେ ଚାଲିଛି । ତେଣୁ ତୁରନ୍ତ ଅସ୍ଥାୟୀ ରାସ୍ତା ତିଆରି କରିବା ପାଇଁ ସମ୍ପୃକ୍ତ ଅଞ୍ଚଳବାସୀ ଦାବି କରିଛନ୍ତି। ଏହି ଦାବି ନେଇ ସୋମବାର ଶତାଧିକ ଲୋକ ଶୋଭାଯାତ୍ରାରେ ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟକୁ ଆସି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ସେମାନେ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲାପାଳ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଚଢ଼େୟାପଲ୍ଲୀଠାରେ ବଡ଼ନଦୀ ଉପରେ ଥିବା ଲୁହା ସେତୁଟି କ୍ଷତିଗ୍ରସ୍ତ ହୋଇଥିଲା। ତେଣୁ ନୂଆ ସେତୁ କାମ ଚାଲିଛି । ଅସ୍ଥାୟୀ ରାସ୍ତା ଧୋଇ ଯିବା ପରେ ବେଲଗୁଣ୍ଠା ଭାୟା ବାଲିପଦର ବୁଗୁଡ଼ା ଯାତାୟାତ ବନ୍ଦ ଅଛି । ଅଭିଯୋଗ ଶୁଣାଣି ସମୟରେ ଗଞ୍ଜାମ ଏସ୍‌ପି ବ୍ରିଜେଶ ରୟ, ଉପ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ୍‌ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଚିହ୍ନଟ ହେଲେ ୧୩ ପଜିଟିଭ୍‌

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ଦେବଗଡ଼ ଜିଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ: ୨୯ରୁ ଧାନ କିଣା ଆରମ୍ଭ

ଦେବଗଡ, ୯।୧୧(ଡି.ଏନ.ଏ.)-ଦେବଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସୁଧାଂଶୁ ମୋହନ ସାମଲ...

ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ ଆଜି

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ପକ୍ଷରୁ ସମସ୍ତ...

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭...

ଜାପାନରେ ଫସିଥିବା ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଭାରତ ଫେରିଲେ: ପରିବାରରେ ଆନନ୍ଦର ଲହରି

ବ୍ରହ୍ମପୁର ଅଫିସ,୨୭।୨: ଦୀର୍ଘ ୨୪ ଦିନ ଧରି ନାନା ଆଶଙ୍କା ଓ ଅନିଶ୍ଚିତତା ମଧ୍ୟରେ ଜାପାନ ଜଳ ଜାହାଜରେ କରୋନା ଭାଇରସ୍‌ ପାଇଁ ଅଟକି ରହିଥିବା...

କଟକରୁ ଆଜି ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୭।୯-କଟକ ସହରରୁ ଆଜି ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୪୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ...

ବସ୍‌ ମାଡିଯିବାରୁ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ଦିଗପହଣ୍ଡି,୫।୧୨(ଡି.ଏନ.ଏ.): ଦିଗପହଣ୍ଡି ସହର ଉପକଣ୍ଠ କୃଷି କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦିଲଖୁସ ନାମକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ-ଓଡି୦୭ୱାଇ-୯୪୯୩)...

ଭୁବନେଶ୍ୱରର ପ୍ରତି ଘରେ ଲାଗିବ ଡିଜିଟାଲ ଠିକଣା ବୋର୍ଡ

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ଭୁବନେଶ୍ୱରର ଘରେ ଘରେ ଲାଗିବ ଡିଜିଟାଲ ଠିକଣା ବୋର୍ଡ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଏହି ଯୋଜନାଟି ମୁଖ୍ୟତଃ...

Advertisement
Archives

Model This Week