ଭଞ୍ଜନଗର ଉପଖଣ୍ଡରେ ୨ କରୋନା ଆକ୍ରାନ୍ତ

ଭଞ୍ଜନଗର,୨୨।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ହିଁ ପୂର୍ବରୁ ପ୍ରାୟ କରୋନା ପଜିଟିଭ୍‌ ବାହାରୁଥିଲେ। ତେଣୁ ପ୍ରଶାସନ ପକ୍ଷରୁ ଭୟଭୀତ ନହେବାକୁ ଲୋକଙ୍କୁ ପରାମର୍ଶ ଦିଆଯାଉଥିଲା। କିନ୍ତୁ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ବାହାରୁ ୨ଜଣ କରୋନା ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି। ସେଥିମଧ୍ୟରୁ ଭଞ୍ଜନଗର ବ୍ଲକର ଜଣେ ମହିଳା ଥିବାବେଳେ ବେଲଗୁଣ୍ଠା ବ୍ଲକର ଜଣେ ବ୍ୟକ୍ତି ରହିଛନ୍ତି। ଏହି ଖବର ପ୍ରଚାରିତ ପରେ ସାଧାରଣ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଅପରପକ୍ଷେ ଭଞ୍ଜନଗର ଦମକଳ କେନ୍ଦ୍ର ପକ୍ଷରୁ ଆକ୍ରାନ୍ତଦ୍ୱୟଙ୍କ ଗ୍ରାମକୁ ଶୁକ୍ରବାର ସାନିଟାଇଜ୍‌ କରାଯାଇଛି। ଏଥିସହ ଆକ୍ରାନ୍ତଙ୍କ ସମ୍ପର୍କରେ ଆସିଥିବା କେତେକ ବ୍ୟକ୍ତିଙ୍କ ସ୍ବାବ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ସେମାନେ କେଉଁମାନଙ୍କୁ ଭେଟିଥିଲେ କେମିତି ଆକ୍ରାନ୍ତ ହେଲେ ସେନେଇ ପ୍ରଶାସନ ପକ୍ଷରୁ ଯାଞ୍ଚ ଚାଲିଛି। ଉକ୍ତ ଗ୍ରାମ ଉପରେ ପ୍ରଶାସନ ୨୪ ଘଣ୍ଟିଆ ନଜର ରଖିଛି। ଲୋକଙ୍କୁ ଅନାବଶ୍ୟକ ସ୍ଥଳେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri