ଭଞ୍ଜସେନାର ପ୍ରତିଷ୍ଠା ଦିବସ

ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲାର ଅଣରାଜନୈତିକ ଯୁବଛାତ୍ର ସଂଗଠନ ଭଞ୍ଜସେନାର ୨୨ତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ସକାଳେ ମଧୁବନ ସ୍ଥିତ ମା ଭୈରବୀ ମନ୍ଦିରରେ ସମସ୍ତ କର୍ମକର୍ତ୍ତା ପୂଜାର୍ଚ୍ଚନା କରିଥିଲେ। ପରେ ସହରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେବା ସହିତ ମେଡିକାଲ କଲେଜ ଓ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇଥିଲା। ପରେ ସାଇବିନାୟକ ମଣ୍ଡପ ଠାରେ ସେନାର ଅଧ୍ୟକ୍ଷ ସତ୍ୟସ୍ବରୁପ ଦାଶଙ୍କ ଅଧ୍ୟକ୍ଷତାରେ ଏକ ଖବରଦାତା ସମ୍ମିିଳନୀ ଆୟୋଜନ ସହ ସେନା ପକ୍ଷରୁ ଏକ ରକ୍ତଭଣ୍ଡାର ଶାଖାର ଉଦ୍‌ଘାଟନ କରାଯାଇଥିଲା। ଜିଲାରେ ପର୍ଯ୍ୟଟନ ଶିଳ୍ପ ପ୍ରତିଷ୍ଠା କରି ବେକାରୀ ମୁକ୍ତ ମୟୂରଭଞ୍ଜ ଗଠନ ଓ ସରକାର ମୋତେ ରୋଜଗାର ଦିଅ ନାରା ନେଇ ଆସନ୍ତା ଫେବୃୟାରୀ ମାସରୁ ଜିଲାବାସୀଙ୍କୁ ସଚେତନ କରାଯାଇ ଜନ ସମର୍ଥନ ଯୁଟାଯିବ। ଏହି ଅବସରରେ ସଚେତନତା ରଥ ମଧ୍ୟ ଜିଲା ସାରା ପରିକ୍ରମା କରିବ। ଜିଲାର ହକ ପାଇଁ ହେଉଥିବା ସେନାର ଏହି ଆନ୍ଦୋଳନରେ ଜିଲାର ଯୁବଛାତ୍ରମାନେ ସାମିଲ ହେବାକୁ ସେନାର ସଭାପତି ମାଇତି ଆହ୍ବାନ ଦେଇଥିଲେ। ଯୁବ ସଂଗଠକ କଳିଙ୍ଗ କେଶରୀ ଜେନା କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିଲେ। ଖବରଦାତା ସମ୍ମିଳନୀରେ କାର୍ଯ୍ୟକାରୀ ଅଧ୍ୟକ୍ଷ ରାକେଶ ସିଂ, ଯୁବଛାତ୍ର ସଂଯୋଜକ ରାକେଶ ବେହେରା, ଉପସଭାପତି ପ୍ରଶାନ୍ତ ମହାକୁଡ, ସାଧାରଣ ସମ୍ପାଦକ ମାନସ ବେହେରା, ମୁଖପାତ୍ର ଜ୍ୟୋତିରଞ୍ଜନ ପୃଷ୍ଟି, ସହର ସଭାପତି ସୌମ୍ୟରଞ୍ଜନ ମିଶ୍ର, ସମ୍ପାଦକ ରାକେଶ ମହାନ୍ତି ଓ ସହର ଉପସଭାପତି ସେଖ ରାଜା ଖାନ ଓ ଛାତ୍ର ନେତା ଧନଞ୍ଜୟ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ପରେ ଜିଲାର ବିକାଶ ଦାବି ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଶାନ୍ତି ପୂର୍ଣ୍ଣ ଭାବେ ଦାବି ଜଣାଇବା ଉଦ୍ଦେଶ୍ୟରେ ସେନାର ପ୍ରାୟ ୫ ହଜାର କର୍ମକର୍ତ୍ତା ଜିଲାପାଳଙ୍କ କାର୍ଯ୍ୟାଳୟରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ମଶାଲ ଶୋଭାଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?