ଭଡ଼ାଟିଆଙ୍କୁ ବିଦା କରିପାରିବେନି ଘର ମାଲିକ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଭୁବନେଶ୍ୱରରୁ ଓଡ଼ିଶାର ପ୍ରଥମ କରୋନା ଭାଇରସ ସଂକ୍ରମିତ ଚିହ୍ନଟ ହେବା ପରଠାରୁ ସହରବାସୀ ଆତଙ୍କିତ ହୋଇପଡିଛନ୍ତି। ଏଥିସହ ସରକାରୀ ସ୍ତରରେ କଟକଣା ଓ ସଚେତନତାକୁ ତ୍ୱରାନ୍ବିତ କରାଯାଇଛି। କେତେକ ଶିକ୍ଷାନୁଷ୍ଠାନ ହଷ୍ଟେଲକୁ ମଧ୍ୟ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିସ୍ଥଳେ କଟକ ଓ ଭୁବନେଶ୍ୱର ଦ୍ୱୈତନଗରୀରେ ଘର ଭଡ଼ା ଦେଇଥିବା ମାଲିକମାନେ ଭଡ଼ାଟିଆଙ୍କ ପ୍ରତି ଭିନ୍ନ ଆଭିମୁଖ୍ୟ ପୋଷଣ କରୁଥିବା ଦେଖିବାକୁ ମିଳିଛି। କିଛି ଭଡାଟିଆଙ୍କୁ ମାଲିକମାନେ ଦେଇଥିବା ସମୟ ମୁତାବକ ଘର ଖାଲି କରିବାକୁ ଧମକ ଦେଉଛନ୍ତି। ଏନେଇ କେତେଜଣ ଭଡାଟିଆ ପୋଲିସ କମିଶନରଙ୍କ ନିକଟରେ ବୁଧବାର ଅଭିଯୋଗ ଆଣିଛନ୍ତି। ପୋଲିସ କମିଶନର ଡ. ସୁଧାଂଶୁ ଷଡଙ୍ଗୀ ଏହା ଉପରେ କଡ଼ା ଅଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ କହିଛନ୍ତି, କରୋନାକୁ ନେଇ ଘର ମାଲିକ ଓ ଭଡ଼ାଟିଆ ଭୟଭୀତ ହେବାର ଆବଶ୍ୟକତା ନାହିଁ। ମାଲିକମାନେ କୌଣସି ପରିସ୍ଥିତିରେ ଭଡ଼ାଟିଆଙ୍କୁ ବିଦା କରିପାରିବେ ନାହିଁ। ଯଦି କେହି ଘର ମାଲିକ ଭଡାଟିଆଙ୍କୁ ବଳପୂର୍ବକ ବିଦା କରନ୍ତି, ତେବେ ଥାନାରେ ଅଭିଯୋଗ ହେଲେ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି କମିଶନର ଷଡଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ…

CJP ଆନ୍ଦୋଳନ, ଏଣ୍ଟ୍ରି ମାରିଲାଣି ପାକିସ୍ତାନ! ଲାଠିଚାର୍ଜକୁ ନେଇ କହିଲା ଏମିତି ହେଉଛି ଖୁବ ଆଲୋଚନା

ନୂଆଦିଲ୍ଲୀ/ଇସଲାମାବାଦ,୨୩।୭: NEET-UG ପେପର୍‌ ଲିକ ବିବାଦ ଏବଂ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କରାଯାଇଥିବା ପ୍ରତିବାଦ ଉପରେ ପାକିସ୍ତାନ ପ୍ରତିକ୍ରିୟା…

ଖୁବଶୀଘ୍ର ଇସ୍ତଫା ଦେବେ ବାଂଲାଦେଶ ରାଷ୍ଟ୍ରପତି; କିଏ ନେବେ ନେତୃତ୍ୱ? ରାଜନୈତିକ ମହଲରେ ହେଲାଣି ତୀବ୍ର ଆଲୋଚନା

ଢାକା,୨୩।୭: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଖୁବ ଶୀଘ୍ର ଇସ୍ତଫା ଦେବାକୁ ଯାଉଛନ୍ତି;…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri