ଭଡ଼ାଟିଆଙ୍କୁ ୬୨ ହଜାର ଛାଡ଼ କଲେ ଘର ମାଲିକ

ଭୁବନେଶ୍ୱର,୧୧ା୪ (ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଆଉଜଣେ ଘର ମାଲିକ ବଦାନ୍ୟତା ଦେଖାଇଛନ୍ତି। ସେ ମାସକର ଘର ଭଡ଼ା ବାବଦକୁ ୬୨ ହଜାର ଟଙ୍କା ଛାଡ କରିଛନ୍ତି। ଘର ମାଲିକ ଜଣକ ହେଲେ ରସୁଲଗଡ଼ର ପ୍ରଶାନ୍ତ କୁମାର ଶ୍ରୀଚନ୍ଦନ। ତାଙ୍କର ଏହି ନିଷ୍ପତ୍ତି ବହୁ ଭଡାଟିଆଙ୍କୁ ଆଶ୍ୱସ୍ତି ଦେଇଛି। ପ୍ରଶାନ୍ତଙ୍କର ୨୬ଟି ଘର ସମେତ ଟ୍ରକ, ଦୋକାନ ଓ ହୋଟେଲ ଭଡାକୁ ଲାଗିଛି। ତାଙ୍କ ଘରେ କେତେଜଣ ଛାତ୍ରଛାତ୍ରୀ ଓ ଚାକିରିଆ ଭଡ଼ାରେ ରହୁଛନ୍ତି। କରୋନା ପାଇଁ ଏପ୍ରିଲ ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଥିବାବେଳେ ଭଡ଼ାଟିଆମାନେ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେବେ ଏନେଇ ପ୍ରଶାନ୍ତ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ଶୁଣିବା ପରେ ମୁଁ ଘରଭଡ଼ା ଛାଡ଼ କରିଛି। ଆଗକୁ ଏହି ସ୍ଥିତି ଜାରି ରହିଲେ ଆଉ ଗୋଟିଏ ମାସର ଭଡ଼ା ଛାଡ଼ କରିବି ବୋଲି ପ୍ରଶାନ୍ତ କହିଛନ୍ତି। ଏପରିକି ସେ ମଧ୍ୟ ଅନ୍ୟ ଘର ମାଲିକଙ୍କୁ ଏଭଳି ଭଡାଟିଆଙ୍କୁ ସହଯୋଗ କରିବାକୁ ନିବେଦନ କରିଛନ୍ତି। ପୂର୍ବରୁ ପଳାଶୁଣିର ଜରେ ଘର ମାଲିକ ଭଡ଼ା ଛାଡ଼ କରିବା ପାଇଁ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri