ଭତାରୁ ବଁଚିତ୍‌ ବେଳମତୀ

ଲୋଇସିଂହା,୨୪।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଁଚେତ୍‌ ସାନଟିକା ଗଁାର ସ୍ବର୍ଗତ ସହଦେବ ନାଏକକଁର ବିଧବା ମାଏକିନା ବେଳମତୀ ନାଏକ(୮୬)। ଆପନେ ଥିଲାବେଲେ ଦୁଇଝନ ଭତାର ଲାଗି ଅନେକ ଥର ପଁଚେତ୍‌ରେ ଆବେଦନ କରି ନିରାଶ ହେଇଥିଲେ। ଆଏଜ୍‌କେ ୫ ବଛର ହେଲା ସହଦେବ ଆରପାରକେ ଚାଲିଯାଇଛନ୍‌। ବଛ୍‌ରେ ତଲେ ବେଳମତୀକଁର ବିଧବା ଭତା ଲାଗି ପୁଓ ତାଳଧ୍ୱଜ ପଁଚେତ୍‌ରେ କାଗଜପତର ଦାଖଲ କରିଛନ୍‌। ହେଲେ ଦୁଖର କଥା ବେଳମତୀ ଜୀବନ୍‌ର ଶେଷ ମୁଡ଼ସାକେ ପୁହୁଁଚି ସାରିଥିଲେ ବି ଭତାରୁ ବଁଚିତ ହେଇ ରହିଛନ୍‌। ଇଆଡ଼େ ଆଧାର ସଂଯୋଗ ଲାଗି ଟିପ ଚିନ୍‌ହଁା ନିହାତି ଦରକାର। ହେଲେ ବେଳମତୀ ବଏସ୍‌ ଅଧ୍‌କା ଲାଗି ପଁଚେତ୍‌କେ ଯାଇ ନାଇଁପାରବାର। ଯେନ୍‌ଥିରଲାଗି ରାଶନ କାର୍ଡରେ ମିଲୁଥିବାର ୫ କେ.ଜି. ଚାଉଲ ପାଏବାରୁ ସେ ବଁଚିତ୍‌ ହେଇ ରହିଛନ୍‌। ଇ ବାବ୍‌ଦେ ଥାନୀୟ ପଁଚେତ୍‌ ପରତିନିଧି ଦୁଃଖନାଶନ ନାଏକକୁଁ ପଚରାଲାରୁ ତାକର ଭୋଟ ପରିଚଏ ପତର ନାଇଁ ଦାଖଲ ନାଇଁହେଇ। ଯେନ୍‌ଥିରଲାଗି ତାକର ଭତା ନାଇଁ ହେଇପାରବାର ବଲି ସେ କହିଥିଲେ। ଇ ଦିଗେ ଥାନୀୟ ପରଶାସନ ଦୁରୁଷ୍‌ଟି ଦେଇ ପଦକ୍ଷେପ ନେବାକେ ସାଧାରନରେ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri