ଭଦ୍ରକରେ କରୋନା କଟକଣାକୁ ବେଖାତିର: ଘରୋଇ ଶିକ୍ଷାନୁଷ୍ଠାନ ଖୋଲା, ପରୀକ୍ଷା ଦେଉଛନ୍ତି ଛାତ୍ରୀଛାତ୍ର

ଆରଡି, ୧୭।୩(ଡି.ଏନ.ଏ.): କରୋନାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାରଠାରୁ ଅଧିକ ପଦକ୍ଷେପ ଗ୍ରହଣ କରାଯାଇଛି। ଶିକ୍ଷକମାନଙ୍କୁ ଆଉ ସ୍କୁଲ ନ ଯିବାକୁ ନିର୍ଦ୍ଦେଶ ଦିଆଯିବା ସହ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମାତ୍ର ଭଦ୍ରକ ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। କରୋନା କଟକଣାକୁ ବେଖାତିର କରି ମଙ୍ଗଳବାର ସକାଳୁ ପାଳସାହି ପଞ୍ଚାୟତର ପାଳସାହି ଓ କୁଳସାହି ନିକଟରେ ଥିବା ଦୁଇଟି ଘରୋଇ ଶିକ୍ଷାନୁଷ୍ଠାନ ଖୋଲା ଥିବାବେଳେ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଉଛନ୍ତି। ଏହାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
ସେହିପରି ସାଆଁଳପୁର ନିକଟସ୍ଥ ଏକ କୋଚିଂ ସେଣ୍ଟରରେ +୨ ବିଜ୍ଞାନ ଛାତ୍ରୀଛାତ୍ର ସମର କୋର୍ସ ଶିକ୍ଷା ନେଉଥିବା ଦେଖିବାକୁ ମିଳିଛି। ଏ ସଂକ୍ରାନ୍ତରେ ଧାମନଗର ତହସିଲଦାର ଅଭିପ୍ସା ପଟ୍ଟନାୟକ ଓ ବ୍ଲକ ଶିକ୍ଷାଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଏଭଳି ବେଆଇନ କାର୍ଯ୍ୟ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri