ଭବାନୀପାଟଣାରେ ପୋଲିସ ମହାନିର୍ଦ୍ଦେଶକ: ମାଓବାଦୀଙ୍କ ଗତିବିଧି ଉପରେ କଲେ ସମୀକ୍ଷା

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କଳାହାଣ୍ଡି ଜିଲା ଗସ୍ତକରି ମାଓବାଦୀଙ୍କ ଗତିବିଧି, ମାଓବାଦୀ ଦମନ ଓ ଆବଶ୍ୟକୀୟ ଭିତ୍ତିଭୂମିର ବିକାଶ ସମ୍ପର୍କରେ ସ୍ଥାନୀୟ ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ବୈଠକରେ ସମୀକ୍ଷା କରିଥିଲେ। ପରେ ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଉପସ୍ଥିତ ରହି କୋରାପୁଟ ଡିଆଇଜି ସଫିନ ଅହମ୍ମଦ୍‌ ମାଓବାଦୀଙ୍କ ଦମନ ତଥା ପୋଲିସ ବିଭାଗର ତତ୍ପରତା ସମ୍ପର୍କରେ ସୂଚନା ଦେଇଥିଲେ। କଳାହାଣ୍ଡି ଜିଲା ଲାଞ୍ଜିଗଡ଼, ଥୁଆମୂଳ ରାମପୁର, ଗୋଲାମୁଣ୍ଡା ଓ ମଦନପୁର ରାମପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଅନେକ ସମୟରେ ମାଓବାଦୀମାନେ ପୋଷ୍ଟର ମାରିବା, ଠିକା କ୍ୟାମ୍ପ କରି ଅତର୍କିତ ଆକ୍ରମଣ, ପ୍ରଜାକୋର୍ଟ ବସାଇ ବିଭିନ୍ନ କାଣ୍ଡ ଆଦି ଘଟାଇ ନିଜର ଉପସ୍ଥିତି ଜାହିର କରି ଆସୁଛନ୍ତି। ଏଭଳି ପରିସ୍ଥିତିରେ ଜିଲା ପୋଲିସ ମାଓବାଦୀମାନଙ୍କୁ ଉପଯୁକ୍ତ ଜବାବ ଦେବାରେ ବ୍ୟାପକ ପ୍ରସ୍ତୁତ ହୋଇରହିଛି ବୋଲି ଡିଆଇଜି କହିଥିଲେ। ଉକ୍ତ ଖବରଦାତା ସମ୍ମିଳନୀରେ ଏସ୍‌ପି ବାତୁଲା ଗଙ୍ଗାଧର, ଆଡିଶନାଲ ଏସ୍‌ପି ଗୋପୀନାଥ ମଣିପାତ୍ର ଯୋଗ ଦେଇଥିଲେ। ସମୀକ୍ଷା ବୈଠକରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ ସହିତ ଡିଜି ସତ୍ୟଜିତ୍‌ ମହାନ୍ତି, ଏଡିଜି, ବିନୟତୋଷ ମିଶ୍ର, ଆଇଜିପି ଅପରେଶନ୍‌ ଅମିତାଭ୍‌ ଠାକୁର, ଡିଆଇଜି ଅନିରୁଦ୍ଧ କୁମାର, ଡିଆଇଜି କୋରାପୁଟ ସଫିନ୍‌ ଅହମ୍ମଦ, ରାୟଗଡ଼ା ଏସ୍‌ପି ଡ. ଶ୍ରବଣା ବିବେକ ଏମ୍‌, କନ୍ଧମାଳ ଏସ୍‌ପି ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri