ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ସପ୍ତମ ଦିବସ:ଷ୍ଟାର ଇଲେଭେନ୍‌-ଇଭିନିଂ କ୍ଲବ ମ୍ୟାଚ୍‌ ଡ୍ର

ଭବାନୀପାଟଣା,୨୨।୯(ଡି.ଏନ.ଏ.)
ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଶନିବାର ସପ୍ତମ ମ୍ୟାଚ୍‌ ଷ୍ଟାର ଇଲେଭେନ୍‌ ବନାମ ଇଭିନିଂ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ କେହି କାହାକୁ ଗୋଲ ଦେଇ ପାରି ନ ଥିବାରୁ ମ୍ୟାଚ୍‌ ଡ୍ର ହୋଇଥିଲା । ଫଳରେ ଉଭୟ ଦଳକୁ ୧-୧ ପଏଣ୍ଟ ଦିଆଯାଇଥିଲା। ସପ୍ତମ ଦିବସର ମ୍ୟାଚ୍‌ରେ ଅତିଥି ଭାବେ କ୍ରୀଡା ସଂଗଠକ ତଥା ବିଶିଷ୍ଠ କ୍ରିଡାବିତ୍‌ କିଶୋର ଚନ୍ଦ୍ର ସାହୁ ଯୋଗଦେଇଥିଲେ। ମ୍ୟାଚ୍‌ ଆନ୍ତର୍ଜାତୀୟ ଫୁଟବଲ ର଼୍ୟାଫେରି ନବିନ ନାଏକ, ଦେବେନ୍ଦ୍ର ରାଉତ, ଅଶୋକ କୁମାର ବାଗ, ମହମ୍ମଦ ଅବଦୁଲ କାଦର ପ୍ରମୁଖ ଖେଳ ପରିଚାଳନା କରିଥିଲେ। ମ୍ୟାଚ୍‌ରେ କ୍ରୀଡା ସଂସ୍ଥା ସମ୍ପାଦକ ତଥା ଓଡିଶା ଆଥୋଲେଟିକ୍‌ ଆସୋସିଏଶନ୍‌ ସଭାପତି ଜଗମୋହନ ପଟ୍ଟନାୟକ ଓ ଉପସଭାପତି ସୁରେନ୍ଦ୍ର ନାଥ ତ୍ରିପାଠୀ, ସହସମ୍ପାଦକ ସୁନିଲ କୁମାର ବେହେରା, ଫୁଟବଲ ସେକ୍ରେଟେରି କାଦର ଖାନ, ଆଥେଲେଟିକ୍‌ ସେକ୍ରେଟେରି ସମ୍ଭୁ ରାଉତ, ଆଇପିଇ ମହେନ୍ଦ୍ର ପଣ୍ଡା, ଜିଲାର ଭେଟେରାନ ଫୁଟବଲ ଖେଳାଳି ନଳିନୀ ମୁଣ୍ଡ, ଜଳେଶ୍ୱର ଗଉଡ, କିଶୋର ସାହୁ, ଅର୍ଜୁନ ନାଏକ, ଧିରେନ ପଟ୍ଟନାୟକ, ରାଜିବ ସାହୁ, ସନ୍ତୋଷ ପ୍ରଧାନ, ଭିକାରୀ ଚରଣ ମିଶ୍ର, ଝୁନୁ ପଣ୍ଡା, ଅଶୋକ ପଟ୍ଟନାୟକ ଓ ଚକ୍ରଧର ସେଠୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

ସିର୍ଜାପାଲିରେ ଜନ୍ମାଷ୍ଟମୀ ଉତ୍ସବ: କଂସ ଦରବାର ମୁଖ୍ୟ ଆକର୍ଷଣ

କର୍ଲାମୁଣ୍ଡା,୪।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ କେସିଙ୍ଗା ବ୍ଲକ ସିର୍ଜାପାଲି ଗ୍ରାମରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି। ଏହି…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

ଥୁଆମୂଳ ରାମପୁରରେ ପକ୍ସୋ ଆଇନ ଓ ପୀଡ଼ିତା କ୍ଷତିପୂରଣ ଉପରେ ସଚେତନତା କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର, ୩।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ ଗ୍ରାମ ବିକାଶ ଶିକ୍ଷା ନିକେତନ ପରିସରରେ ତାଲୁକ ଆଇନ ସେବା ସମିତି…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ଲାପଟପ ବଣ୍ଟନ: ଶିକ୍ଷାକୁ ସହଜ କରିବାକୁ ଉଦ୍ୟମ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ):ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ଶିକ୍ଷାକୁ ସହଜ ଓ ଡିଜିଟାଲ ମାଧ୍ୟମରେ ଆହୁରି ସୁଗମ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ପକ୍ଷରୁ ଲାପଟପ ବଣ୍ଟନ କରାଯାଇଛି। ଜିଲାପାଳଙ୍କ ଆବାସିକ…

ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି: ଗୋଡ଼ ଖସିଯିବାରୁ ପୋଖରୀ ଗଭୀର ପାଣିରେ ବୁଡ଼ି ଚାଲିଗଲା…

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ମହୁଲପାଟଣା ଫାଣ୍ଡି ଅଧୀନସ୍ଥ ଉପରଚବରି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri