ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ନବମ ଦିବସ:ଗୁଡ୍‌ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ

ଭବାନୀପାଟଣା,୨୪।୯(ଡି.ଏନ.ଏ.)
ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ସୋମବାର ନବମ ମ୍ୟାଚ୍‌ ଗୁଡ୍‌ମର୍ନିଂ କ୍ଲବ ବନାମ ଇଭିନିଂ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଗୁଡ୍‌ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ ହୋଇଥିଲା। ନବମ ଦିବସ ମ୍ୟାଚ୍‌ରେ ଅତିଥି ଭାବେ କ୍ରୀଡା ସଙ୍ଗଠକ ତଥା ଅବସରପ୍ରାପ୍ତ ଆଇପିଇ ଭିମସେନ ସାହୁ ଯୋଗଦେଇଥିଲେ। ମ୍ୟାଚ୍‌ ଜିତେନ୍ଦ୍ର କୁମାର ରଥ, ପି.ଭି. ରାଓ, ଦେବେନ୍ଦ୍ର ରାଉତ ଓ ମହମ୍ମଦ ଅବଦୁଲ କାଦର ପ୍ରମୁଖ ଖେଳ ପରିଚାଳନା କରିଥିଲେ। ମ୍ୟାଚ୍‌ରେ କ୍ରୀଡା ସଂସ୍ଥା ସମ୍ପାଦକ ତଥା ଓଡିଶା ଆଥୋଲେଟିକ୍‌ ଆସୋସିଏଶନ୍‌ ସଭାପତି ଜଗମୋହନ ପଟ୍ଟନାୟକ ଓ ଉପସଭାପତି ସୁରେନ୍ଦ୍ର ନାଥ ତ୍ରୀପାଠି, ଫୁଟବଲ ସେକ୍ରେଟେରି କାଦର ଖାନ, ଆଥେଲେଟିକ୍‌ ସେକ୍ରେଟେରି ସମ୍ଭୁ ରାଉତ, ଆଇପିଇ ମହେନ୍ଦ୍ର ପଣ୍ଡା, ଜିଲାର ଭେଟେରାନ ଫୁଟବଲ ଖେଳାଳି ନଳିନୀ ମୁଣ୍ଡ, ଜଳେଶ୍ୱର ଗଉଡ, କିଶୋର ସାହୁ, ଅର୍ଜୁନ ନାଏକ, ଧିରେନ ପଟ୍ଟନାୟକ, ରାଜିବ ସାହୁ, ସନ୍ତୋଷ ପ୍ରଧାନ, ଭିକାରୀ ଚରଣ ମିଶ୍ର, ଝୁନୁ ପଣ୍ଡା, ଅଶୋକ ପଟ୍ଟନାୟକ ଓ ଚକ୍ରଧର ସେଠୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା ସମସ୍ୟାର ସମାଧାନ…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି…

ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ

ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri