ଭରତପୁରରେ ସେବା ସପ୍ତାହ ଶୁଭାରମ୍ଭ କରିବେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧-୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନଠାରୁ ୭ଦିନ ପର୍ଯ୍ୟନ୍ତ ସାରା ଦେଶରେ ଭାଜପା ସେବା ସପ୍ତାହଭାବେ ପାଳନ କରିବ ା ୧୭ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପଡୁଛି। ତେଣୁ ସେପ୍ଟେମ୍ବର ୧୪ରୁ ୨୦ତାରିଖ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯିବ। ସେବା ସମିତିର ରାଜ୍ୟ ସଂଯୋଜକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଏହି ସୂଚନା ଦେଇଛନ୍ତି ା ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଷ୍ଣୁ କହିଛନ୍ତି ଯେ, ୧୪ରେ ଭୁବନେଶ୍ୱରସ୍ଥିତ ଭରତପୁରଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସେବା ସପ୍ତାହର ଶୁଭାରମ୍ଭ କରିବେ। ଏହି ଅବସରରେ ରକ୍ତଦାନ ଶିବିର, ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ସହ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଶୈଳୀ ସମ୍ପର୍କିତ ତଥ୍ୟକୁ ଫଟୋ ମାଧ୍ୟମରେ ପ୍ରଦର୍ଶିତ କରାଯିବ ା ପ୍ରଧାନମନ୍ତ୍ରୀଙ୍କ ଜୀବନଧାରା ଏବଂ ଉପଲବ୍ଧି ସମ୍ପର୍କିତ ପୁସ୍ତକ ସମସ୍ତ ସହର ଏବଂ ଜିଲାରେ ପ୍ରଦର୍ଶିତ କରାଯିବ। ହସ୍ପିଟାଲ, ଅନାଥାଶ୍ରମ ଏବଂ ବୃଦ୍ଧାଶ୍ରମ ଗୁଡିକରେ ଫଳ ବିତରଣ କରାଯିବ ା ଦିବ୍ୟାଙ୍ଗମାନଙ୍କ ଶିକ୍ଷା ଏବଂ ପାଳନ ପୋଷଣ ପାଇଁ ବିଭିନ୍ନ ସାମାଜିକ ସଙ୍ଗଠନ ସହିତ ସହଭାଗିତାରେ ସେବା କାର୍ଯ୍ୟ କରିବାକୁ ଦଳ ପକ୍ଷରୁ ସହାୟତା ଯୋଗାଇ ଦିଆଯିବ ା ଆସନ୍ତା ୨୦ରେ ସାରା ରାଜ୍ୟରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ କରାଯିବ। ଏହା ପ୍ରଧାନମନ୍ତ୍ରୀ ‘ସିଙ୍ଗଲ ୟୁଜ ପ୍ଲ୍‌ାଷ୍ଟିକ’ ତଥା ପ୍ଲାଷ୍ଟିକ ମୁକ୍ତ ଭାରତର ଯେଉଁ କଳ୍ପନା କରିଛନ୍ତି, ତାହାକୁ ସାକାର କରିବା ପାଇଁ ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାମାନେ ସଂକଳ୍ପ ନେବେ ବୋଲି ବିଷ୍ଣୁ କହିଛନ୍ତି ା ଏହି ସେବା ସପ୍ତାହ ପାଳନର ପ୍ରସ୍ତୁତି ବୈଠକ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବଧୂ ବେଶରେ ବସିଥିଲେ ଝିଅ, ଆସିଲେନି ବର

ଭୁବନେଶ୍ୱର,୧୮।୨(ବ୍ୟୁରୋ): ବିବାହ ପାଇଁ ମଣ୍ଡପରେ ରବିବାର ଚାଲିଥିଲା ଜୋରଦାର ପ୍ରସ୍ତୁତି। ବନ୍ଧୁବାନ୍ଧବ ଆସି ଭୋଜି ଖାଇବା ସହ ବଧୂବେଶରେ ଥିବା ଝିଅକୁ ଆଶୀର୍ବାଦ ଦେଇଥିଲେ। ପୁରୋହିତ...

ଦଶହରା ପୂଜାକୁ ନେଇ ବଢ଼ିଲା ଦ୍ୱନ୍ଦ୍ୱ

କଟକ ଅଫିସ,୨୬ା୮: କରୋନା କଟକଣା ଯୋଗୁ ଚଳିତବର୍ଷ କଟକ ସହରରେ ପ୍ରସିଦ୍ଧ ଦୁର୍ଗାପୂଜା ହେବ କି ନାହିଁ, ତାହାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଭାଇଚାରାର ସହରରେ...

ପିଇଓ ସ୍ମିତାରାଣୀଙ୍କ ହତ୍ୟା ଘଟଣାକୁ ଆତ୍ମହତ୍ୟା ବୋଲି କହି ମନ୍ତ୍ରୀ ଷଡ଼ଯନ୍ତ୍ରରେ ମୋହର ମାରିଛନ୍ତି: ଭାଜପା

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଯାଜପୁର ଜିଲା ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ଆତ୍ମହତ୍ୟା ବୋଲି ଗୁରୁବାର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ କହିବାକୁ...

ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜ୍ୟ ସରକାର ସୋମବାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି। ରାଜକୁମାର ଶର୍ମାଙ୍କୁ କୃଷି ଉତ୍ପାଦନର କମିଶନର ଭାବେ ନିଯୁକ୍ତି ମିଳିଥିବାବେଳେ ଶ୍ରୀମତୀ...

ଭିଡିପି ଆସୋସିଏଟ ସର୍ଭେ: ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ୨ୟରେ ଯୋଗୀ, ଜଗନ ତୃତୀୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନକୁ ନେଇ ରାଜ୍ୟବାସୀ ସନ୍ତୁଷ୍ଟ ଅଛନ୍ତି। ସାରା ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ପ୍ରଦର୍ଶନକୁ ଭିତ୍ତିକରି ପ୍ରସ୍ତୁତ ଏକ ରିପୋର୍ଟରେ...

ସମୟସୀମା ସ୍ପଷ୍ଟ କରନ୍ତୁ ସରକାର

କଟକ ଅଫିସ,୨୫।୮: କରୋନା ମହାମାରୀ ଯୋଗୁ ଦୀର୍ଘ ୫ ମାସ ଧରି ବନ୍ଦ ପଡ଼ିଥିବା ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ୨ଟି ଜନସ୍ବାର୍ଥ ମାମଲା ରୁଜୁ...

ଗୋଟିଏ ଦିନରେ ୧୧୯୭ କରୋନା ଟେଷ୍ଟ: ସବୁ ରିପୋର୍ଟ ନେଗେଟିଭ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): ସାରା ଦେଶରେ କରୋନା ଭାଇରସ୍‌ କାୟା ମେଲାଇ ଚାଲିଛି। ରାଜ୍ୟରେ ମଧ୍ୟ ଏହାର ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବୁଧବାର ଏକ ଖୁସି ଖବର...

ବିନା ଅନୁମତିରେ ଦୋକାନ ଖୋଲି ତଣ୍ଡ ଗଣିଲେ: ୫୦ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କରୋନା ସଂକ୍ରମଣରୁ ସହରକୁ ମୁକ୍ତ କରିବା ଲକ୍ଷ୍ୟରେ କଟକଣା ବଳବତ୍ତର ରଖିଛି। କେନ୍ଦ୍ର ସରକାର ଶନିବାର ସର୍ତ୍ତମୂଳକ ଭାବେ...

Coronavirus Update


Archives

Model This Week

Why Dharitri