ଭର୍ଚୁଆଲ ରାଲିରେ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ: ଲୋକଙ୍କ ପାଖରେ ପହଞ୍ଚାଅ କେନ୍ଦ୍ର ଯୋଜନା

ଅନୁଗୋଳ ଅଫିସ, ୨୩।୬- ମୋଦି ସରକାର ଅନୁଗୋଳ ଜିଲାକୁ ପ୍ରାଥମିକତା ଦେଇ ଆସୁଛନ୍ତି। କମର୍ସିଆଲ କୋଲ୍‌ ମାଇନିଂ ନିୟମରେ ପରିବର୍ତ୍ତନ ଅନୁଗୋଳ ଭଳି ଖଣି ସମୃଦ୍ଧ ଜିଲାକୁ ଲାଭ ଦେବ। ତେଣୁ ମୋଦିଙ୍କ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ସୋମବାର ଭର୍ଚୁଆଲ ରାଲିରେ ଆହ୍ବାନ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଅନୁଗୋଳର ଭାଜପା ନେତା ପ୍ରତାପ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିଧାନସଭାସ୍ତରୀୟ ଜନସମ୍ବାଦ ଭର୍ଚୁଆଲ୍‌ ରାଲିରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି ଯେ, ଅନୁଗୋଳରେ ଆଲୁମିନିୟମ ପାର୍କର କାର୍ଯ୍ୟ ଚାଲୁଛି। ଏହା କାର୍ଯ୍ୟକ୍ଷମ ହେଲେ ଆଲୁମିନିୟମ ଆଧାରିତ ଡାଉନ୍‌ଷ୍ଟ୍ରିମ ଶିଳ୍ପ ଚାହିଦା ବଢ଼ିବ। ଏଥିସହ ଜିଲାର ଯୁବକମାନଙ୍କୁ ରୋଜଗାର ମିଳିବ। ରାଜ୍ୟରେ ଖଣିଜ କ୍ଷେତ୍ରର ବିକାଶ ହେବା ସହ ଅର୍ଥନୀତି ମଧ୍ୟ ମଜଭୁତ ହେବ। ତେଣୁ ମୋଦି ସରକାରଙ୍କ ମହତ୍ତ୍ବ, ବିକାଶ ତଥା ଜନକଲ୍ୟାଣକାରୀ କାର୍ଯ୍ୟକୁ ଲୋକଙ୍କ ପାଖକୁ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଦଳୀୟ କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, ରାଜ୍ୟ ଭାଜପା ସମ୍ପାଦକ କାଳନ୍ଦୀ ଚରଣ ସାମଲ, ଜିଲା ସଭାପତି ଦିଲେଶ୍ୱର ପ୍ରଧାନ, ଅଶୋକ ମହାନ୍ତି, ଅଗସ୍ତି ବେହେରା, ଭାଗୀରଥି ପ୍ରଧାନ ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri