ଭଲ କାମ ପାଇଁ ପୁରସ୍କୃତ ହେଲେ ୭ ଆମ୍ବୁଲାନ୍ସ କର୍ମଚାରୀ

ଭୁବନେଶ୍ୱର,୮ା୨(ବ୍ୟୁରୋ): ଆମ୍ବୁଲାନ୍ସ ସେବା ୧୦୮ ଏବଂ ୧୦୨ ପରିଚାଳନା କରୁଥିବା ଜିକିତ୍ସା ହେଲଥ୍‌କେୟାର ପକ୍ଷରୁ ଓଡ଼ିଶା ସ୍କଲାରଶିପ୍‌ ପ୍ରୋଗ୍ରାମ-୨୦୨୦ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଆମ୍ବୁଲାନ୍ସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ପାଇଁ ୭ ଆମ୍ବୁଲାନ୍ସ କର୍ମଚାରୀ ଏବଂ ୩ କ୍ଲଷ୍ଟର ଲିଡର୍‌ଙ୍କୁ ପୁରସ୍କୃତ କରାଯାଇଥିଲା। ଏହାସହ ସଂସ୍ଥା ଅଧୀନରେ କାମ କରୁଥିବା କର୍ମଚାରୀଙ୍କ ପିଲାମାନଙ୍କ ମଧ୍ୟରୁ ଗତବର୍ଷ ଦଶମ ଶ୍ରେଣୀରେ ସର୍ବୋଚ୍ଚ ମାର୍କ ରଖିଥିବା ୧୦ଜଣଙ୍କୁ ପୁରସ୍କୃତ କରାଯାଇଥିଲା। ଜିକିତ୍ସା ହେଲଥ୍‌କେୟାର ଲିମିଟେଡ୍‌ ମାନବସମ୍ବଳ ମୁଖ୍ୟ ମନୀଷ କୁମାର ଏବଂ ଓଡ଼ିଶା ମୁଖ୍ୟ ସବ୍ୟସାଚୀ ବିଶ୍ୱାଳ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।
ଅବସରରେ ସବ୍ୟସାଚୀ ବିଶ୍ୱାଳ କହିଥିଲେ, ୧୦୮ ଏବଂ ୧୦୨ ଆମ୍ବୁଲାନ୍ସ ସେବାକୁ ସଫଳ କରିବାରେ ଏହାର କର୍ମଚାରୀମାନଙ୍କ ଅବଦାନ ସର୍ବାଧିକ। ଦୁର୍ଗମ ଅଞ୍ଚଳରେ ଆବଶ୍ୟକସ୍ଥଳେ ରୋଗୀଙ୍କୁ ବୋହି ଆଣିବା, ଗୁରୁତର ରୋଗୀଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇବା, ପ୍ରଳୟଙ୍କାରୀ ପ୍ରାକୃତିକ ଦୁର୍ବିପାକ ସମୟରେ କର୍ତ୍ତବ୍ୟଠାରୁ ଊର୍ଦ୍ଧ୍ୱରେ ରହି କାମ କରିବା ଭଳି ଅନେକ ସମୟରେ ଏମାନେ ନିଜ ମହାନତାର ପରିଚୟ ଦେଇଛନ୍ତି। ସେହି ଅବଦାନ ଓ ଉତ୍ସର୍ଗୀକୃତ ମନୋଭାବକୁ ସମ୍ମାନ ଜଣାଇ ଆମେ ଏହି ପୁରସ୍କାର ପ୍ରଦାନ କରୁଛୁ। ଏହା ସେମାନଙ୍କ ଉତ୍ସାହ ବଢ଼ାଇବା ସହ ଅନ୍ୟ କର୍ମଚାରୀମାନଙ୍କୁ ଭଲ କାର୍ଯ୍ୟ କରିବା ଦିଗରେ ପ୍ରେରଣା ଯୋଗାଇବ ବୋଲି ବିଶ୍ୱାଳ କହିଥିଲେ। ଏହି ଅବସରରେ ସମୀର କୁମାର ତ୍ରିପାଠୀ, ଏ. କ୍ରିଷ୍ଣା ରାଓ, କିରନ ଭାଲ୍‌, ଚିତ୍ତରଞ୍ଜନ ଦାଶ, ଯତୀନ୍ଦ୍ର ପାତ୍ର, ସଦାଶିବ ପାଣି ଓ ବିନୋଦ ଭୋଇଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହାସହ କ୍ଲଷ୍ଟର ଲିଡର ସମ୍ବଲପୁରର ପ୍ରଦୀପ କୁମାର ପ୍ରଧାନ, ନୟାଗଡ଼ର ସୁଶାନ୍ତ ଷଡ଼ଙ୍ଗୀ ଏବଂ କେନ୍ଦୁଝରର ସୁନିଲ କୁମାର ପାଢ଼ୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri