ଭଲ ରହିବ ଆସନ୍ତା ଆର୍ଥତ୍କ ବର୍ଷ

ନୂଆଦିଲ୍ଲୀ,୧୧।୬: ଭାରତୀୟ ଅର୍ଥ ବ୍ୟବସ୍ଥାକୁ ନେଇ ବର୍ତ୍ତମାନ ଅନେକ ନକାରାତ୍ମକ ରିପୋର୍ଟ ସାମ୍ନାକୁ ଆସୁଛି। ୟା’ମଧ୍ୟରେ ଏକ ଭଲ ଖବର ଆସିଥିବା ଜଣାପଡିଛି। ଆସନ୍ତା ଆର୍ଥତ୍କ ବର୍ଷ ଭାରତୀୟ ଅର୍ଥ ବ୍ୟବସ୍ଥା ଲାଗି ଭଲ ରହିବ ବୋଲି ରେଟିଂ ଏଜେନ୍ସି ଫିଚ୍‌ ବୁଧବାର କହିଛି। ଆର୍ଥତ୍କ ବର୍ଷ ୨୦୨୧-୨୨ରେ ଭାରତର ଅଭିବୃଦ୍ଧି ହାର ୯.୫% ରହିପାରେ ବୋଲି ଏହି ଏଜେନ୍ସି ଅନୁମାନ ଲଗାଇଛି। ୨୦୨୦-୨୧ରେ ଦେଶର ଅର୍ଥ ବ୍ୟବସ୍ଥା ୫% ତଳକୁ ଖସିବା ନେଇ ଅନେକ ଏଜେନ୍ସି ଅନୁମାନ ଲଗାଇଛନ୍ତି। ବୁଧବାର ଫିଚ୍‌ ପକ୍ଷରୁ ଜାରି କରାଯାଇଥିବା ଏକ ରିପୋର୍ଟରେ କୁହାଯାଇଛି ଯେ, କରୋନା ଜନିତ ଲକ୍‌ଡାଉନ ଘୋଷଣା ହେବା ପୂର୍ବରୁ ଭାରତୀୟ ଅର୍ଥ ବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିଲା। ଏହି ରେଟିଂ ଏଜେନ୍ସି ଏସିଆ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର କ୍ରେଡିଟ ଆଉଟଲୁକ ସମ୍ପର୍କରେ ସୂଚନା ଦେଇଛି। ଏଥିରେ କୁହାଯାଇଛି ଯେ, କରୋନା ଦେଶର ଅଭିବୃଦ୍ଧିକୁ ଧୀମା କରିଦେଇଛି। ସରକାରଙ୍କ ଉପରେ ଋଣ ଚାପ ରହିଥିବାରୁ ଏହା ଚ୍ୟାଲେଞ୍ଜିଂ ସ୍ଥିତି ସୃଷ୍ଟି କରିବ। ମହାମାରୀର ପ୍ରଭାବ ବଜାର ଉପରୁ ଯିବା ପରେ ଅଭିବୃଦ୍ଧି ଧାରା ପୁଣି ଥରେ ଟ୍ରାକ୍‌କୁ ଫେରିବା ନେଇ ଏହା ଆଶାବାଦୀ ଥିବା କହିଛି। ଏହା ଉଚ୍ଚ ସ୍ତର ଛୁଇଁବା ନେଇ ମଧ୍ୟ ଅନୁମାନ ଲଗାଯାଇଛି। ଏଣୁ ଆସନ୍ତା ଆର୍ଥତ୍କ ବର୍ଷ ଏହା ୯.୫% ହାରରେ ଅଭିବୃଦ୍ଧି କରିବା ନେଇ ଅନୁମାନ ଲଗାଯାଇଛି। ବିବିବି ରେଟିଂ ବର୍ଗରେ ଏହା ଅଧିକ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Business Eminence Awards 2026: ଉଦ୍ୟୋଗିତା ସମାଜକୁ ସାହାଯ୍ୟ କରିବାର ମାଧ୍ୟମ

ଜଗଦମ୍ବା ପଲିମର୍ସ ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ଚନ୍ଦ୍ର ପ୍ରକାଶ ଭରତ୍ତିଆ ଜଣେ ପ୍ରଥମ ପିଢ଼ିର ଉଦ୍ୟୋଗୀ। ୪ ଦଶକରୁ ଅଧିକ ଓଡ଼ିଶାରେ ବ୍ୟବସାୟ ଚଳାଇଆସୁଛନ୍ତିି। ଜଗଦମ୍ବା ପଲିମର୍ସ…

ଟ୍ରେନ୍‌ରେ ମାଗଣାରେ କରିପାରିବେ ଯାତ୍ରା, ଭାରତୀୟ ରେଳବାଇ ଏମାନଙ୍କଠାରୁ ନିଏ ନାହିଁ ଗୋଟିଏ ବି ଟଙ୍କା, ଜାଣନ୍ତୁ ନିୟମ…

ନୂଆଦିଲ୍ଲୀ,୧୬।୪: ଭାରତୀୟ ରେଳବାଇ (Indian Railways) ଦେଶର କୋଟି କୋଟି ଯାତ୍ରୀଙ୍କ ସୁବିଧା ପାଇଁ ଅନେକ ନିୟମ ପ୍ରଣୟନ କରିଛି। କିନ୍ତୁ ଅନେକ ସମୟରେ ସଠିକ ସୂଚନା…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri