Posted inଜାତୀୟ

ଭାଇଙ୍କୁ ମିଳିଲାନି ‘ମୁଖ୍ୟମନ୍ତ୍ରୀ’ ପଦ, ଭାବପ୍ରବଣ ହେଲେ ଭଉଣୀ

ଭୋପାଳ,୧୨।୧୨: ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ମୋହନ ଯାଦବ। ଭାଜପା ବିଧାୟକ ଦଳ ବୈଠକରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏହି ପଦ ପାଇଁ ମୋହନ ଯାଦବଙ୍କ ନାମ ରଖିଥିଲେ। ବର୍ତ୍ତମାନ ଏହି ସମୟରେ ପୂର୍ବତନ ସିଏମ ଶିବରାଜ ସିଂ ଚୌହାନଙ୍କ ନିଜ ପ୍ରିୟ ଭଉଣୀମାନଙ୍କ ସହ ଏକ ଭାବପ୍ରବଣ ଭିଡିଓ ସାମ୍ନାକୁ ଆସିଛି।
ମଧ୍ୟପ୍ରଦେଶରେ ନୂଆ ମୁଖ୍ୟମନ୍ତ୍ରୀ ଘୋଷଣା ହେବାର ଗୋଟିଏ ଦିନ ପରେ ମଙ୍ଗଳବାର ତାଙ୍କ ପ୍ରିୟ ଭଉଣୀମାନେ ପୂର୍ବତନ ସିଏମ ଶିବରାଜଙ୍କୁ ଭେଟିବାକୁ ଆସିଥିଲେ। ଏହି ସମୟରେ ଭଉଣୀମାନେ ଶିବରାଜଙ୍କୁ ଆଲିଙ୍ଗନ କରି କାନ୍ଦୁଥିବା ଦେଖିବାକୁ ମିଳିଥିଲା। ଭଉଣୀମାନେ କାନ୍ଦୁଥିବା ଦେଖି ଶିବରାଜ ମଧ୍ୟ ଭାବପ୍ରବଣ ଦେଖାଯାଉଥିଲେ।
ବିଧାନସଭା ନିର୍ବାଚନରେ ପ୍ରଚଣ୍ଡ ବିଜୟ ପରେ ଶିବରାଜ ସିଂ ନିଜେ ସ୍ପଷ୍ଟ କରିଥିଲେ ଯେ, ସେ ମୁଖ୍ୟମନ୍ତ୍ରୀ ଦୌଡ଼ରେ ନାହାଁନ୍ତି। ପରେ ତାହା ସତ ହୋଇଥିଲା। ଏବେ ତାଙ୍କୁ ଦିଲ୍ଲୀ ଡକାଯାଇପାରେ ଏବଂ ସେ ମଧ୍ୟ କେନ୍ଦ୍ର ସରକାରରେ ମନ୍ତ୍ରୀ ପଦ ପାଇପାରନ୍ତି ବୋଲି କଳ୍ପନାଜଳ୍ପନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri