ଭାଇଚାରା: ବୈଷ୍ଣୋଦେବୀ ମନ୍ଦିର ପକ୍ଷରୁ କ୍ୱାରାଣ୍ଟାଇନ୍‌ରେ ଥିବା ୫୦୦ ମୁସଲମାନଙ୍କୁ ଶେହରୀ-ଇଫ୍‌ତାର

ଶ୍ରୀନଗର,୨୩।୫: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ସ୍ଥାନରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଅଣାଯିବାର ଉଦ୍ୟମ ଅବ୍ୟାହତ ରହିଛି। ଏପରିସ୍ଥଳେ ବହୁ ଲୋକଙ୍କ ପାଖରେ ଆତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀର ଅଭାବ ଦେଖାଦେଇଛି। ତେବେ ଏହି ସମୟରେ ଅସୁବିଧାରେ ପଡ଼ିଥିବା ଲୋକଙ୍କୁ ସହାୟତାର ହାତ ବଢ଼ାଇବା ପାଇଁ ବହୁ ସଂସ୍ଥା ପ୍ରୟାସ ଜାରି ରଖିଛନ୍ତି। ଜଣେ ଅସୁବିଧାରେ ପଡ଼ିଥିଲେ ଅନ୍ୟ ଜଣେ ଭାରତବାସୀଙ୍କ ହୃଦୟ କିଭଳି କାନ୍ଦି ଉଠେ ତାହାର ଉଦାହରଣ ସୃଷ୍ଟି କରିଛନ୍ତି ବୈଷ୍ଣୋଦେବୀ ମନ୍ଦିର ବୋର୍ଡ। ରମ୍‌ଜାନ ମାସ ଅବସରରେ କ୍ୱାରାଣ୍ଟାଇନ୍‌ରେ ଥିବା ୫୦୦ ମୁସଲମାନଙ୍କୁ ମନ୍ଦିର ଟ୍ରଷ୍ଟ୍‌ ପକ୍ଷରୁ ଶେହରୀ ଏବଂ ଇଫ୍‌ତାର ଯୋଗାଇ ଦିଆଯାଇଛି। ମାର୍ଚ୍ଚ ମାସଠାରୁ ମନ୍ଦିର ଟ୍ରଷ୍ଟ୍‌ ପକ୍ଷରୁ କତ୍ରାସ୍ଥିତ ଆଶୀର୍ବାଦ ଭବନକୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପରିଣତ କରାଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବା ମୁସଲମାନଙ୍କୁ ପାହାନ୍ତାରେ ଶେହରୀ ଏବଂ ସନ୍ଧ୍ୟା ସମୟରେ ଇଫତାର ଯୋଗାଇ ଦିଆଯାଉଥିବା ବୈଷ୍ଣୋଦେବୀ ମନ୍ଦିର ବୋର୍ଡ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ରମେଶ କୁମାର ସୂଚନା ଦେଇଛନ୍ତି। ଜମ୍ମୁ-କଶ୍ମୀରରେ ଥିବା ବୈଷ୍ଣୋଦେବୀ ମନ୍ଦିର ବୋର୍ଡର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ମୁଖ୍ୟତଃ ପ୍ରବାସୀ ଶ୍ରମିକମାନେ ହିଁ ରହିଛନ୍ତିି। ରମଜାନ ମାସରେ ସେମାନଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଇବା ଲାଗି ମନ୍ଦିର ବୋର୍ଡ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri