ଭାଉଜଙ୍କୁ କଟୁରିରେ ହାଣି ହତ୍ୟା

ଢେଙ୍କାନାଳ ଅଫିସ, ୬।୫ – ସାମାନ୍ୟ ବଚସାକୁ କେନ୍ଦ୍ରକରି ନିର୍ମମ ହତ୍ୟା। ଦିଅରଙ୍କ କଟୁରି ଚୋଟରେ ପ୍ରାଣ ହରାଇଛନ୍ତି ଭାଉଜ। ଢେଙ୍କାନାଳ ସଦର ଥାନା ଖୁଣ୍ଟଝରି ଗ୍ରାମରେ ମଙ୍ଗଳବାର ଘଟିଥିବା ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି ସଞ୍ଜୟ ବେହେରାଙ୍କ ସ୍ତ୍ରୀ ତୁଳସୀ (୪୫)। ଅଭିଯୁକ୍ତ ଦିଅର ତଥା ସଞ୍ଜୟଙ୍କ ସାନଭାଇ ସୁରେଶ ବେହେରା (୩୦)ଙ୍କୁ ପୋଲିସ ଗିରଫ କରିଛି।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସକାଳେ ସଞ୍ଜୟ କୌଣସି କାମରେ ବାହାରକୁ ଯାଇଥିଲେ। ଏହି ସମୟରେ ସୁରେଶ ଏବଂ ତୁଳସୀଙ୍କ ମଧ୍ୟରେ ପାରିବାରିକ କଳହକୁ କେନ୍ଦ୍ରକରି ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସୁରେଶ ଏକ କଟୁରିରେ ତୁଳସୀଙ୍କ ବେକକୁ ଚୋଟ ମାରିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ସବୁଠାରୁ ବଡ଼କଥା, ଏହି ହତ୍ୟାକାଣ୍ଡର ମୂକସାକ୍ଷୀ ପାଲଟିଥିଲେ ତୁଳସୀଙ୍କ ନାବାଳକ ପୁଅ।
ସୂଚନା ପାଇ ସଦର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର, ଥାନାଧିକାରୀ ସନ୍ଧ୍ୟାରାଣୀ ବେଉରିଆ ସଦଳବଳ ପହଞ୍ଚତ୍ ଅଭିଯୁକ୍ତ ସୁରେଶଙ୍କୁ ଗିରଫ କରିଥିଲେ। ହତ୍ୟାକାଣ୍ଡରେ ବ୍ୟବହୃତ କଟୁରିକୁ ପୋଲିସ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଥିଲା। ଏ ନେଇ ନଂ. ୧୬୭/୨୦, ଦଫା ୩୦୨ରେ ଏକ ମାମଲା ରୁଜୁ କରାଯାଇଥିବା ଥାନାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri