Posted inଖେଳ

ଭାଙ୍ଗିଦେଲେ ଇବ୍ରାହିମୋଭିଚ୍‌ଙ୍କ ମୂର୍ତ୍ତି

ମାଲ୍‌ମୋ(ସ୍ବିଡେନ୍‌), ୬।୧(ଏପି)- ସ୍ବିଡେନ୍‌ ପାଇଁ ଅନ୍ତର୍ଜାତୀୟସ୍ତରରେ ସର୍ବାଧିକ ଗୋଲ କରିଥିବା ଜଲାଟନ ଇବ୍ରାହିମୋଭିଚ୍‌ଙ୍କ ମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ୫୦୦ କେଜି ଓଜନବିଶିଷ୍ଟ ବ୍ରୋଞ୍ଜ୍‌ରେ ନିର୍ମିତ ମୂର୍ତ୍ତି ମାଲମୋ ଫୁଟବଲ ଷ୍ଟାଡିୟମ ବାହାରେ ଅବସ୍ଥିତ ଥିଲା। ମୂର୍ତ୍ତିର ନିମ୍ନଭାଗରୁ କାଟି ଅଲଗା କରିଦିଆଯାଇଛି। ସ୍ବିଡେନ ଫୁଟବଲ ଦଳର ଟି ଶାର୍ଟ ଦ୍ୱାରା ଷ୍ଟାଚ୍ୟୁର ମୁହଁକୁ ଘୋଡ଼ାଇ ଦିଆଯାଇଛି। ଏହି ଘଟଣାରେ ଏପର୍ଯ୍ୟନ୍ତ କାହାରିକୁ ଗିରଫ କରାଯାଇନାହିଁ। ଏହାକୁ ମିଶାଇ ମୂର୍ତ୍ତି ଉପରେ ଏହା ୪ର୍ଥ ଆକ୍ରମଣ। ନିକଟରେ ଇଟାଲି କ୍ଲବ ଏସି ମିଲନ ଦଳରେ ଯୋଗଦେଇଥିବା ଇବ୍ରାହିମୋଭିଚ୍‌ ଗତ ନଭେମ୍ବରରେ ହାମର୍ବି ଦଳର ଅଂଶୀଦାର ହୋଇଥିଲେ। ଏହି ଘୋଷଣା ହେବାର କିଛି ଘଣ୍ଟା ପରେ ମାଲମୋ କ୍ଲବର ପ୍ରଶଂସକମାନେ ତାଙ୍କ ମୂର୍ତ୍ତି ଭଙ୍ଗାରୁଜା କରିବା ସହ ନିଆଁ ଲଗାଇ ଦେଇଥିଲେ। ଗତମାସରେ ମୂର୍ତ୍ତିର ନାକ କଟାଯାଇଥିଲା। କାରଣ ଇବ୍ରାହିମୋଭିଚ୍‌ ପ୍ରଥମେ ମାଲମୋ ପାଇଁ ଖେଳି ପରିଚୟ ସୃଷ୍ଟି କରିଥିଲେ। ଆଉ ମାଲ୍‌ମୋ ଦଳର ଚିରପ୍ରତିଦ୍ୱନ୍ଦ୍ୱୀ କ୍ଲବ ହେଉଛି ହାମର୍ବି। ମାଲମୋ କ୍ଲବର ପ୍ରଶଂସକଙ୍କ ଦୁଃଖ ବୁଝିପାରୁଛି। କିନ୍ତୁ ସେମାନେ ସବୁ ସୀମା ଟପି ଯାଇଛନ୍ତି ବୋଲି ସ୍ବିଡେନ ଏଫ୍‌ଏ ସାଧାରଣ ସମ୍ପାଦକ ହକାନ ଷ୍ଟ୍ରାଣ୍ଡ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri