ଭାଙ୍ଗିଲା ୫୨୫ ବର୍ଷର ପରମ୍ପରା: ବନ୍ଦ ହେଲା ପଶୁ, ପକ୍ଷୀ ବଳି

ଅଗରତାଲା: ଦୀର୍ଘ ୫୨୫ ବର୍ଷ ପରେ ବଦଳିଲା କୁପ୍ରଥା। ଶାରଦୀୟ ଦୁର୍ଗାପୂଜା ଅବସରରେ ତ୍ରିପୁରାସ୍ଥିତ ଲୋକପ୍ରିୟ ଦୁର୍ଗାବାଡ଼ି ମନ୍ଦିରରେ ଆଉ ବଳି ପଡ଼ିବେନି ନିରୀହ ପଶୁ, ପକ୍ଷୀ। ତ୍ରିପୁରା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶହ ଶହ ବର୍ଷରୁ ପ୍ରଚଳିତ ବଳି ପ୍ରଥା ଉପରେ ଏଠାରେ ରୋକ୍‌ ଲାଗିଛି। ସୂଚନା ଯେ, ଦୀର୍ଘ ୭୦ ବର୍ଷ ହେଲା ଦୁର୍ଗାବାଡ଼ି ମନ୍ଦିରରେ ଶାରଦୀୟ ଦୁର୍ଗାପୂଜା ପାଳନ ନିମନ୍ତେ ତ୍ରିପୁରା ସରକାର ସମସ୍ତ ଖର୍ଚ୍ଚ ବହନ କରିଆସୁଛନ୍ତି।
ଏ ନେଇ ମନ୍ଦିରର ମୁଖ୍ୟ ପୂଜକ ଦୁଲାଲ୍‌ ଭଟ୍ଟାଚାର୍ଜି କହିଛନ୍ତି, ଆମେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିଛୁ। ପ୍ରଥମଥର ପାଇଁ ଏଠାରେ ପାଞ୍ଚଦିନିଆ ଦୁର୍ଗାପୂଜା ପାଳନ ଅବସରରେ ଦୀର୍ଘ ୫୨୫ ବର୍ଷର ବଳି ପ୍ରଥାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ତେବେ ଗତବର୍ଷ ଏକ ମଇଁଷି ସମେତ ଅନେକ ଛେଳି ଓ ପାରାଙ୍କୁ ଏଠାରେ ପଞ୍ଚଦିବସୀୟ ଦୁର୍ଗାପୂଜା ଅବସରରେ ବଳି ଦିଆଯାଇଥିଲା। ମୁଖ୍ୟ ବିଚାରପତି ସଞ୍ଜୟ କାରୋଲ ଏବଂ ଅରିନ୍ଦମ ଲୋଧଙ୍କୁ ନେଇ ଗଠିତ ତ୍ରିପୁରା ହାଇକୋର୍ଟଙ୍କ ଏକ ଖଣ୍ଡପୀଠ ସେପ୍ଟେମ୍ବର ୨୭ରେ ଏଭଳି ଐତିହାସିକ ରାୟ ଶୁଣାଇଛନ୍ତି। କୌଣସି ବ୍ୟକ୍ତି କିମ୍ବା ସରକାର ରାଜ୍ୟର କୌଣସି ମନ୍ଦିରରେ ପଶୁ, ପକ୍ଷୀ ବଳି ଦେଇ ପାରିବେନାହିଁ ବୋଲି ହାଇକୋର୍ଟଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି…

ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …

ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri