Posted inଜାତୀୟ

ଭାଙ୍ଗି ପଡିଲା ଫୁଟ୍‌ ଓଭର ବ୍ରିଜ୍‌

ଭୋପାଳ,୧୩।୨: ମଧ୍ୟପ୍ରଦେଶ ଭୋପାଳ ରେଲଓ୍ବେ ଷ୍ଟେଶନର ଫୁଟ୍‌ ଓଭର ବ୍ରିଜ୍‌ ଗୁରୁବାର ସକାଳେ ଭୂଷୁଡି ପଡିଥିବା ସୂଚନା ମିଳିଛି। ଏଥିରେ ୬ ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ଲାଟ ଫର୍ମ ନମ୍ବର ୩ରେ ହୋଇଥିବା ଏହି ଦୁର୍ଘଟଣା ପରେ ଉକ୍ତ ଷ୍ଟେଶନରେ ଲୋକେ ଭୟଭୀତ ହୋଇପଡି ଏଣେତେଣେ ଦୌଡିବାକୁ ଲାଗିଥିଲେ। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ କେନ୍ଦ୍ର ରେଳମନ୍ତ୍ରୀ ପିୟୁଶ ଗୋୟଲ ଭୋପାଳ ଷ୍ଟେଶନର କିଛି ଫଟୋ ଶେୟାର କରିଥିଲେ। ଯାହା ଷ୍ଟେଶନର ସୌନ୍ଦର୍ଯ୍ୟକୁ ଦର୍ଶାଉଥିଲା। ଏବେ ଏହାର ଫୁଟ୍‌ ଓଭର ବ୍ରିଜ୍‌ ଖସି ପଡିବା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଭାରତରେ ଏହା ପ୍ରଥମ ଘଟଣା ନୁହେଁ। ଏହା ପୂର୍ବରୁ ମଧ୍ୟ ମୁମ୍ବାଇର ଏକ ରେଲଓ୍ବେ ଷ୍ଟେଶନ ଓଭର ବ୍ରିଜ୍‌ ଭୁଷୁଡି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri