ଭାଜପାରେ ରାଜ୍ୟ ପରିଷଦ ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ସଭାପତି ପଦ ପାଇଁ ଦିଲ୍ଲୀ ଦୌଡୁଛନ୍ତି ନେତା

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାଜପାର ରାଜ୍ୟ ସଭାପତି ଚୟନ ଚଳିତ ମାସ ଶେଷସୁଦ୍ଧା ଶେଷ ହେବ। ଏଥିପାଇଁ ଦଳର ସାଙ୍ଗଠନିକ ନିର୍ବାଚନ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି। ଦଳ ପକ୍ଷରୁ ୩୬ଟି ସାଙ୍ଗଠନିକ ଜିଲା ମଧ୍ୟରୁ ୩୪ଟି ପାଇଁ ନୂଆ ସଭାପତି ଚୟନ ଶେଷ ହୋଇଛି। କେବଳ କଳାହାଣ୍ଡି ଏବଂ ଭୁବନେଶ୍ୱର ଜିଲା ସଭାପତି ଚୟନ ହୋଇନାହିଁ, ଯାହାକୁ ନେଇ ଦଳୀୟ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହା ମଧ୍ୟରେ ରବିବାର ଦଳ ପକ୍ଷରୁ ରାଜ୍ୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରତ୍ୟେକ ବିଧାନସଭା ନିର୍ବାଚନମଣ୍ଡଳୀ ଏବଂ ପ୍ରତ୍ୟେକ ସ୍ଥାନରେ ଜଣେ ଲେଖା ମହିଳା ରହିବାର ସମ୍ବିଧାନ ରହିଛି। ସେହି ଅନୁସାରେ ଦଳୀୟ ନେତାଙ୍କ କହିବାନୁଯାୟୀ ମୋଟ ୧୮୬ଜଣ ରାଜ୍ୟ ପରିଷଦର ସଦସ୍ୟ ରହିବେ। ରବିବାର ସୁଦ୍ଧା ୨୨ଟି ଜିଲା ପାଇଁ ପ୍ରକ୍ରିୟା ସରିଛି। ଆସନ୍ତା ୨୬ସୁଦ୍ଧା ସମସ୍ତ ରାଜ୍ୟ ପରିଷଦ ସଦସ୍ୟଙ୍କ ତାଲିକା ବାହାରିଯିବ। ଶେଷରେ ରାଜ୍ୟ ସଭାପତି ଚୟନ ପ୍ରକ୍ରିୟା ସରିବ। ରାଜ୍ୟ ସଭାପତି ନିର୍ବାଚନରେ ସମସ୍ତ ଜିଲା ସଭାପତି ଏବଂ ରାଜ୍ୟ ପରିଷଦ ସଦସ୍ୟ ଭୋଟଦେବେ। ଦଳର ଏହି ପ୍ରକ୍ରିୟା ଚାଲିଥିବା ବେଳେ ରାଜ୍ୟ ସଭାପତି ଆଶାୟୀଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଦଳର ସଭାପତିଙ୍କ ଅଙ୍କ କଷିବା ପାଇଁ ଦୁଇଟି ଗୋଷ୍ଠୀ ମଧ୍ୟରେ ଏକ ରକମର ପ୍ରତିଯୋଗିତା ଆରମ୍ଭ ହୋଇଛି। ତେବେ ଚର୍ଚ୍ଚାରେ ରହିଥିବା ନେତାମାନେ ମଧ୍ୟ ନିଜ ତରଫରୁ ଜୋର୍‌ଦାର ଉଦ୍ୟମ ଆରମ୍ଭ କରିଦେଇଛନ୍ତି। ନୂଆ ନେତାଙ୍କ ନାମକୁ ନେଇ ଚର୍ଚ୍ଚା ହେଉ ନ ଥିଲେ ମଧ୍ୟ ଦଳର ପ୍ରମୁଖ କେତେଜଣ ନେତା କୁଆଡେ ଦିଲ୍ଲୀରେ ଡେରା ପକାଇଥିବା ବିଶେଷ ସୂତ୍ରରୁ ଖବର ମିଳିଛି। ଅନ୍ୟପକ୍ଷରେ ଡିସେମ୍ବର ସୁଦ୍ଧା ଦଳର ସମସ୍ତ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇ ନୂଆ ସଭାପତି ଚୟନ ହୋଇଯିବ ବୋଲି କୁହାଯାଉଥିବା ବେଳେ ଏହି କାର୍ଯ୍ୟକ୍ରମରେ ସାମାନ୍ୟ ବିଳମ୍ବ ହେବ ବୋଲି ମଧ୍ୟ ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବନିର୍ମିତ ବିଦ୍ୟାଳୟ ଗୃହ ଶୁଭ ଉଦଘାଟନ: ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପୋଷ୍ଟ ଅଫିସ ପାଶ୍ୱର୍ର୍ରେ ନୂତନ ଭାବେ ନିର୍ମାଣ କରାଯାଇଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଗୃହରେ ମୁଖ୍ୟ ଅତିଥି ଭାବେ…

ସତରେ କ’ଣ ସାପ ଶତ୍ରୁଙ୍କଠାରୁ ପ୍ରତିଶୋଧ ନେଇଥାଏ? ସତକଥା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାପ ବିଶ୍ୱର ସବୁଠାରୁ ବିଷାକ୍ତ ପ୍ରାଣୀମାନଙ୍କ ମଧ୍ୟରୁ ଅନ୍ୟତମ। ସାପକୁ ଦେଖିବା ମାତ୍ରେ ଯେ କେହି ଭୟରେ ଥରି ଉଠେ। ସାରା ବିଶ୍ୱରେ ତିନି ହଜାରରୁ ଅଧିକ…

ମମତାଙ୍କୁ ଶକ୍ତ ଝଟ୍‌କା: ଆଉ ଜଣେ ଟିଏମସି ରାଜ୍ୟ ସଭା ଏମପି ଦେଲେ ଇସ୍ତଫା, କାରଣ….

କୋଲକାତା,୧୬ା୭: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି । ଅଭିନେତ୍ରୀରୁ ରାଜନେତ୍ରୀ ହୋଇଥିବା ଏବଂ ପଶ୍ଚିମବଙ୍ଗର ଟିଏମସି ରାଜ୍ୟ ସଭା ଏମପି କୋଏଲ…

ଜନଜାତିଙ୍କ ନିଆରା ପରମ୍ପରା: ରଥାରୂଢ଼ ହେଲେ ତିନି ଠାକୁର, ଏମ୍‌ପିଙ୍କ ଛେରାପହଁରା ପରେ ଗଡ଼ିଲା ରଥ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗବାଟବାଡ଼ି ଗ୍ରାମରେ ଗୁରୁବାର ରଥଯାତ୍ରା ବହୁ ଆଡ଼ମ୍ବର ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାରେ ପାଳିତ…

ହିନ୍ଦୁ ଛାତ୍ରଙ୍କୁ କଲମା ପଢ଼ାଇଲେ ଶିକ୍ଷକ, ଅଭିଭାବକ ସ୍କୁଲରେ ପଶି କଲେ….

ହାଇଦ୍ରାବାଦ,୧୬ା୭: ହାଇଦ୍ରାବାଦର ସଇଦାବାଦ ଅଞ୍ଚଳର ଏକ ଘରୋଇ ସ୍କୁଲରେ ବିବାଦ ଦେଖାଦେଇଛି । ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କ ଅଭିଭାବକ ଅଭିଯୋଗ କରିଛନ୍ତି ଯେ…

ତାଜମହଲ ସାମ୍ନାରେ ଖୋଲିଗଲା ବିଦେଶୀ ମହିଳାଙ୍କ ଶାଢ଼ି, ଏମିତି କାମ କଲେ ମହିଳା କନଷ୍ଟେବଳ, ଭିଡିଓ ଦେଖିଲେ…

ତାଜମହଲ ବିଶ୍ୱର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ଗୋଟିଏ। ପ୍ରତିବର୍ଷ କେବଳ ଭାରତ ନୁହେଁ ବରଂ ବିଶ୍ୱର ବିଭିନ୍ନ ସ୍ଥାନରୁ ଲକ୍ଷଲକ୍ଷ ପର୍ଯ୍ୟଟକ ପରିଦର୍ଶନ କରିବାକୁ ଆସିଥାନ୍ତି।…

ବିନାଶ କରିଦେବୁ…ଟ୍ରମ୍ପଙ୍କୁ ସିଧା ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ,୧୬।୭: ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ମଧ୍ୟରେ ତେହରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଦୃଢ଼ ମନୋଭାବ ଗ୍ରହଣ କରିଛି। ଇରାନର…

ପ୍ରବଳ ବର୍ଷା ସତ୍ତ୍ୱେ କେଏସୟୁବି କଲେଜରେ ଚାରାରୋପଣ: ସହଯୋଗ କଲେ…

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଗୁରୁବାର ପ୍ରବଳ ବର୍ଷା ସତ୍ତ୍ୱେ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡ. ଗଗନ ବିହାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri