ଭାଜପାର ନୂତନ ସଦସ୍ୟତା ଅଭିଯାନ ପ୍ରସଙ୍ଗଅନନ୍ତ ପ୍ରଭାରୀ, ଶାରଦା ସହପ୍ରଭାରୀ ନିଯୁକ୍ତ

ଭୁବନେଶ୍ୱର, ୧୮।୬(ବ୍ୟୁରୋ):  ଓଡ଼ିଶାରେ ଭାଜପାର ନୂଆ ସଦ୍ୟସତା ଅଭିଯାନ ଆଗକୁ ନେବା ଏବଂ ନୂଆ ସଦସ୍ୟମାନଙ୍କୁ ଦଳରେ ସାମିଲ କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରୀୟ ଉପସଭାପତି ତଥା ସଦସ୍ୟତା କେନ୍ଦ୍ରୀୟ ପ୍ରଭାରୀ ଶିବରାଜ ସିଂ ଚୌହାନଙ୍କ ଅନୁମୋଦନକ୍ରମେ ପୂର୍ବତନ ଏମ୍‌ପି ଅନନ୍ତ ନାୟକଙ୍କୁ ଓଡିଶାର ସଦ୍ୟସତା ଅଭିଯାନର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେହିପରି ରାଜ୍ୟ ଭାଜପାର ପୂର୍ବତନ ସଙ୍ଗଠନ ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀଙ୍କୁ ସଦସ୍ୟତା ଅଭିଯାନର ସହ ପ୍ରଭାରୀ ଭାବେ ନିଯୁକ୍ତି ଦିଆଯାଇଛି। ଭାଜପା ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ଦଳର ସମ୍ବିଧାନ ଅନୁଯାୟୀ ପ୍ରତ୍ୟେକ ୩ବର୍ଷରେ ଥରେ ନୂତନ ସଭ୍ୟ ସଂଗ୍ରହ କରାଯାଇଥାଏ। ସଭ୍ୟ ସଂଗ୍ରହ ଅଭିଯାନ ପରେ ସଦସ୍ୟତା ଆଧାରରେ ଦଳର ପୁନର୍ବିନ୍ୟାସ ହେବାସହ ନୂତନ ଦାୟିତ୍ୱ ବଣ୍ଟନ କରାଯାଏ। ବର୍ତ୍ତମାନ ଭାଜପାରେ ଓଡିଶାର ସଭ୍ୟ ସଂଖ୍ୟା ୩୬ ଲକ୍ଷ ରହିଛି। ଚଳିତବର୍ଷ ଏଥିରେ ଆଉ ୨୫ ପ୍ରତିଶତ ନୂତନ ସଭ୍ୟଙ୍କୁ ଦଳରେ ସାମିଲ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri