ଭାଜପା ଛାଡି ବିଜେଡିରେ ଯୋଗଦେଲେ ତଳମଲା ସମିତିସଭ୍ୟା:ଜୁନାଗଡ ବ୍ଲକ ରାଜନିତୀ ସରଗରମ

ଜୁନାଗଡ,୧୧।୮(ଡି.ଏନ.ଏ.)
କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ସମିତିସଭ୍ୟା ଗୀତାଞ୍ଜଳୀ ହଂସ ଶନିବାର ଭାଜପା ଛାଡି ବିଜେଡିରେ ଯୋଗଦେଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ ସହର କଲମପୁର ଛକସ୍ଥିତ ବିଜେଡି କାର୍ଯ୍ୟାଳୟରେ ସେ ବିଦ୍ଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛନ୍ତି। ତାଙ୍କ ଦଳୀୟ କର୍ମୀମାନେ ଉତ୍ତରୀୟ ଦେଇ ସ୍ବାଗତ କରିଥିଲେ। ସେହିପରି ସମିତିସଭ୍ୟା ହଂସଙ୍କ ନେତୃତ୍ୱରେ ତାଙ୍କ ସ୍ବାମୀ ଦୟା ହଂସଙ୍କ ସମେତ ପଞ୍ଚାୟତର ଅନେକ ମହିଳା, ପୁରୁଷ ମଧ୍ୟ ବିଜେଡିରେ ଯୋଗଦେଇଥିଲେ। ଏହି ମିଶ୍ରଣ ପର୍ବରେ ଜୁନାଗଡ ବ୍ଲକ ସରପଞ୍ଚ ସଂଘ ସଭାପତି ଅଜୟ କୁମାର ବେହେରା, ବିଜେଡି ଜୁନାଗଡ ବ୍ଲକ ସଭାପତି ପ୍ରମୋଦ ବେହେରା, ଆଇନଜୀବୀ ବିଶ୍ୱନାଥ କର, ପ୍ରଦ୍ୟୁମ୍ନ ରାଉତ, ଯୁବ ନେତା ଦୁଷ୍ମନ୍ତ ନାଏକ, ବିଶ୍ୱ ରଞ୍ଜନ ନାଏକ, କାମାକ୍ଷ ପ୍ରଧାନୀ, ବେଣୁ ଦୀପ, ଭିଷ୍ମ ଦୀପ ପ୍ରମୁଖ ଉପସ୍ଥିତ ଥିଲେ। ଗତ ସୋମବାର ଜୁନାଗଡ ବିଧାୟକ ତଥା ଶକ୍ତି ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ନେତୃତ୍ୱରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୁନାଗଡ ବ୍ଲକର ୨୦ ସମିତିସଭ୍ୟାସଭ୍ୟ ବିଜେଡିରେ ଯୋଗଦେଇଥିଲେ।
ଗତ ୨୦୧୭ରୁ ଏଠାରେ ଭାଜପା ସମର୍ଥିତ ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ ରହିଛନ୍ତି। ଜୁନାଗଡ ବ୍ଲକରେ ମୋଟ ୩୪ଟି ପଞ୍ଚାୟତ ରହିଛି। ସେଥିମଧ୍ୟରୁ ବ୍ଲକ ଅଧ୍ୟକ୍ଷା/ଉପାଧ୍ୟକ୍ଷ ପଦବୀ ପାଇଁ ୧୮ଟି ସମିତି ସଭ୍ୟାସଭ୍ୟ ଦରକାର। ବର୍ତ୍ତମାନ ଗୋଟେ ପରେ ଗୋଟେ ପ୍ରାୟ ୨୧ଜଣ ସମିତି ସଭ୍ୟାସଭ୍ୟ ଭାଜପା ଛାଡି ବିଜେଡିରେ ଯୋଗଦେଇଥିବାରୁ ବ୍ଲକ ଅଧ୍ୟକ୍ଷା/ଉପାଧ୍ୟକ୍ଷ ଆସନ ଟଳମଳ ହେଉଛି। କେଉଁ ମୁହୁର୍ତ୍ତରେ ଏଠାରେ ଅନାସ୍ତା ପ୍ରସ୍ତାବ ହେବା ସହ ଭାଜପା ସମର୍ଥିତ ବ୍ଲକ ଅଧ୍ୟକ୍ଷା/ଉପାଧ୍ୟକ୍ଷ ପଦବୀ ଯାଇପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ଯାହାକୁ ନେଇ ଜୁନାଗଡ ବ୍ଲକ ରାଜନିତୀ ଏବେ ସରଗରମ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri