Posted inଜାତୀୟ

ଭାଜପା ଜାରି କଲା ୯ ଜଣିଆ ତାଲିକା

ନୂଆଦିଲ୍ଲୀ,୧୨ା୩(ପି.ଟି.): ଆସନ୍ତା ୨୬ରେ ୧୭ ରାଜ୍ୟର ୫୫ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ। ଏଥିଲାଗି ଭାଜପା ପକ୍ଷରୁ ବୁଧବାର ସନ୍ଧ୍ୟାରେ ୯ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। କଂଗ୍ରେସ ଛାଡ଼ି ଭାଜପାରେ ସଦ୍ୟ ଯୋଗଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ନାମ ଏହି ତାଲିକାରେ ରହିଛି। ଅନ୍ୟ ୮ ପ୍ରାର୍ଥୀ ହେଲେ ଆସାମରୁ ଭୁବନେଶ୍ୱର କାଲିତା, ବିହାରରୁ ବିବେକ ଠାକୁର, ଗୁଜରାଟରୁ ଅଭୟ ଭରଦ୍ୱାଜ ଓ ରମିଲାବେନ ବାରା, ଝାଡ଼ଖଣ୍ଡରୁ ଦୀପକ ପ୍ରକାଶ, ମଣିପୁରରୁ ଲିଏସେମ୍ବା ମହାରାଜା, ମହାରାଷ୍ଟ୍ରରୁ ଉଦୟରାଜେ ଭୋସଲେ ଏବଂ ରାଜସ୍ଥାନରୁ ରାଜେନ୍ଦ୍ର ଗେହଲଟ। ଅନ୍ୟପକ୍ଷରେ କେନ୍ଦ୍ରମନ୍ତ୍ରୀ ତଥା ଆର୍‌ପିଆଇ ମୁଖ୍ୟ ରାମଦାସ ଅଠାଓ୍ବଲେଙ୍କୁ ମହାରାଷ୍ଟ୍ରରୁ ପୁନଃ ନିର୍ବାଚିତ ହେବା ପାଇଁ ଭାଜପା ଗୋଟିଏ ଆସନ ଛାଡ଼ିଦେଇଛି। ସେହିପରି ଆସାମରୁ ବିଶ୍ୱଜିତ ଦାଇମାରିଙ୍କୁ ବୋଡୋଲାଣ୍ଡ ପିପୁଲ୍ସ ଫ୍ରଣ୍ଟ ଟିକେଟରୁ ରାଜ୍ୟ ସଭା ନିର୍ବାଚନ ଲଢ଼ିବା ପାଇଁ ମଧ୍ୟ ଭାଜପା ଅନ୍ୟ ଏକ ଆସନ ଛାଡ଼ିଦେଇଛି। ଉପରୋକ୍ତ ରାଜ୍ୟ ବିଧାନସଭାରେ ଭାଜପାର ସଂଖ୍ୟାବଳ ଥିବାରୁ ଏହି ପ୍ରାର୍ଥୀମାନେ ବିଜୟୀ ହେବା ଏପ୍ରକାର ନିଶ୍ଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

କ୍ୟାବିନ ପୋଡ଼ି, ଠେଲା ଭାଙ୍ଗିଦେଲେ

ରିଷିଡ଼ା,୨୮ା୨ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ୍‌ ରିଷିଡ଼ା ତେରେସିଂହା (ଫଟାମୁଣ୍ତା) ଛକରେ କାଠରେ ତିଆରି ଏକ କ୍ୟାବିନକୁ କେହି ଜଣେ ଦୁର୍ବୃତ୍ତ ପୋଡ଼ିଦେଇଥିବା ଅଭିଯୋଗ…

ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ଜଣେ ନିଖୋଜ, ୨ ଉଦ୍ଧାର

ଥୁଆମୂଳ ରାମପୁର, ୨୮ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ମାଛ ଧରିବାକୁ…

ବାଇକ ଧକ୍କାରେ ୬ ବର୍ଷର ଶିଶୁ ଗୁରୁତର

ମୋହନା,୨୮।୨( ମମ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବଡ଼ଖଣି ଗାଁ ସ୍କୁଲ ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶନିବାର …

ମହିଳାଙ୍କ ମହତ୍ କାମ : ଶିବିର ଆୟୋଜନ କରି …

ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡିଶାର ବରଗଡ଼ ଜିଲାରେ ସ୍ୱେଚ୍ଛାକୃତ ରକ୍ତଦାନ କ୍ଷେତ୍ରରେ ମହିଳାଙ୍କ ଭାଗିଦାରୀ ଯଥେଷ୍ଟ କମ୍ ରହିଛି। ୨୦୨୩ ବର୍ଷ ତଥ୍ୟ ଅନୁସାରେ ବରଗଡ଼ରେ…

କେମିତି ରୋକାଯିବ ଘୋଡ଼ା ବେପାର: ନବୀନଙ୍କ ସହ କ’ଣ ଆଲୋଚନା ହୋଇଛି ସବୁ ଖୋଲି କହିଦେଲେ ଭକ୍ତ 

ଭୁବନେଶ୍ୱର, ୨୮।୨: ରାଜ୍ୟସଭା ପ୍ରାର୍ଥୀ ଘୋଷଣା ନେଇ ସବୁ ଖୋଲି କହିଲେ ଭକ୍ତ ଦାସ। ଦତ୍ତେଶ୍ବର ହୋତାଙ୍କୁ ବିଜେଡି କମନ କ୍ୟାଣ୍ଡିଡେଟ କରିବା ନେଇ  ସେ ତାଙ୍କ…

କର୍ତ୍ତବ୍ୟରତ କନଷ୍ଟେବଳଙ୍କୁ ମରଣାନ୍ତକ ଆକ୍ରମଣ, ଭିଡିଓ ଭାଇରାଲ

ଫୁଲବାଣୀ, ୨୮ା୨(ରାକେଶ କୁମାର ରାଉତ): ଫୁଲବାଣୀ ସହରର ମଧ୍ୟଭାଗରେ ଥିବା ସାଇମନ୍ଦିର ନିକଟ ବିଚ୍‌ ରାସ୍ତାରେ ଶୁକ୍ରବାର ସ୍ପଷ୍ଟ ଦିବାଲୋକରେ ଜଣେ କର୍ତ୍ତବ୍ୟରତ କନଷ୍ଟେବଳଙ୍କୁ ଛୁରିରେ ଭୁସି…

ଅବ୍ୟବସ୍ଥାରେ ସାପ୍ତାହିକ ହାଟ, ପରିବା ପାଇଁ ଯିବାକୁ ନାକ ଟେକୁଛନ୍ତି ଲୋକେ

ଗଞ୍ଜାମ,୨୮ା୨(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ କାଳୀମନ୍ଦିର ନିକଟସ୍ଥ କଲେଜ ରୋଡ୍‌ଠାରେ କିଛି ମାସ ହେବ ଶନିବାର ସାପ୍ତାହିକ ହାଟର ଶୁଭାରମ୍ଭ ହୋଇଥିଲା। ବର୍ତ୍ତମାନ ଉକ୍ତ ସାପ୍ତାହିକ ହାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri