ଭାଜପା ଜିଲା ସଭାପତିଙ୍କୁ ମରାଣାନ୍ତକ ଆକ୍ରମଣ, ଖାରବେଳ ଥାନାରେ ମାମଲା ରୁଜୁ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଭୁବନେଶ୍ୱର ଜିଲା ସଂଗଠନ ସଭାପତି ହରେକୃଷ୍ଣ ଖୁଣ୍ଟିଆଙ୍କୁ ଶୁକ୍ରବାର ଅପରାହ୍ନ ୧ଟା ସମୟରେ ରାମ ମନ୍ଦିରସ୍ଥିତ ଏକାମ୍ର ହାଟ ସମ୍ମୁଖରେ ମରଣାନ୍ତକ ଆକ୍ରମଣ ହୋଇଛି। ଏକ କାର୍‌ରେ ଆଠଜଣ ଦୁର୍ବୃତ୍ତ ମୁହଁରେ କପଡ଼ା ବାନ୍ଧି ଆସି ଲୁହା ପାଇପ୍‌ରେ ତାଙ୍କୁ ଆକ୍ରମଣ କରିଛନ୍ତି। ଆକ୍ରମଣରେ ତାଙ୍କ ଗୋଡ ଏବଂ ମୁହଁରେ ଆଘାତ ଲାଗିଛି। କ୍ୟାପିଟାଲ ହସ୍ପିଟାଲରେ ପ୍ରଥମେ ତାଙ୍କର ପ୍ରାଥମିକ ଚିକିତ୍ସା କରାଯିବା ପରେ ହରେକୃଷ୍ଣ ସମର୍ଥକଙ୍କ ସହ ଘଟଣା ବିଷୟରେ ଖାରବେଳ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଖବର ପାଇ ଭୁବନେଶ୍ୱର ଡିସିପି ଅନୂପ କୁମାର ସାହୁ ମଧ୍ୟ ଖାରବେଳ ଥାନାରେ ପହଞ୍ଚି ସମର୍ଥକଙ୍କ ସହ ଆଲୋଚନା କରିବା ସହ ଘଟଣାର ଅନୁଧ୍ୟାନ କରିଛନ୍ତି। ଅପରପକ୍ଷେ ତାଙ୍କୁ ରାଜନୈତିକ କାରଣରୁ କରାଯାଇଛି। ତାଙ୍କ ଦଳର କେହି ନେତା ଏହି ଆକ୍ରମଣ ପଛରେ ଥିବା ହରେକୃଷ୍ଣ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ, ହରେକୃଷ୍ଣ ଏକାମ୍ର ହାଟ ନିକଟରେ ଥିବା ତାଙ୍କର କୋପରେଟିଭ୍‌ ସୋସାଇଟିରେ ବସିଥିଲେ। ବାଉଁସରଙ୍କ ଭଳି ଦେଖାଯାଉଥିବା ଆଠଜଣ ଦୁର୍ବୃତ୍ତ କାର୍‌ରୁ ଓହ୍ଲାଇଥିଲେ। ହାତରେ ଲୁହା ପାଇପ୍‌ରେ ସେ ଅଫିସର କାଚ ବାଡେଇ ଭାଙ୍ଗିବା ସହ ହରେକୃଷ୍ଣଙ୍କୁ ବାହାରକୁ ଟାଣି ପିଟିଥିଲେ। ହରେକୃଷ୍ଣଙ୍କ ସହଯୋଗୀ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ସୁଦ୍ଧା ସେମାନେ କିଛି ଶୁଣି ନ ଥିଲେ। ଶେଷରେ ଲୋକମାନେ ଏକାଠି ହେବା ପରେ ସେମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri