ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା/ମ.ରାମପୁର,୫।୮(ଉତ୍ତମ କୁମାର ଦାଶ/ଶଶିଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ କେହି ଦୁର୍ବୃତ୍ତ ଛୁରି ଭୁସି ହତ୍ୟା କରିଥିବା ଜଣାପଡିଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ସମ୍ପର୍କୀୟ ତାଙ୍କୁ ଉଦ୍ଧାର କରି ଏମ.ରାମପୁର ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଭାଜପା ନେତା ରଣା ନିଜ ଘରକୁ ଫେରିଵା ଭିତରେ କେହି ଦୁର୍ବୃତ୍ତ ତାଙ୍କୁ ପଞ୍ଚାୟତ ଅଫିସ ନିକଟରେ ଛୁରିରେ ଆକ୍ରମଣ କରିଥିଲେ। ଏ ନେଇ ଖବର ପାଇ ଏମ. ରାମପୁର ପୋଲିସ ତଦନ୍ତ ଆରମ୍ଭ କରିଛି। ତେବେ ହତ୍ୟାକାଣ୍ଡ ପଛରେ ରାଜନୈତିକ ଷଡଯନ୍ତ୍ର ନା ଆଉ କିଛି ସେ ନେଇ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର

ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…

ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ…

ଜନ୍ମାଷ୍ଟମୀରେ ୪ଟି ବଡ଼ ରାଜଯୋଗ: ଚମକିବ ୫ ରାଶିର ଭାଗ୍ୟ, ପ୍ରଚୁର ଧନଲାଭକୁ ମିଳିବ ବଡ଼ ସଫଳତା

ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ପର୍ୱ ‘ଜନ୍ମାଷ୍ଟମୀ’ ସେପ୍ଟେମ୍ୱର ୪ ତାରିଖରେ ପାଳିତ ହେବ। ଧାର୍ମିକ ଦୃଷ୍ଟିକୋଣରୁ ଜନ୍ମାଷ୍ଟମୀ ଦିନଟି ବେଶ ସ୍ୱତନ୍ତ୍ର ହୋଇଥିବା ବେଳେ ଏଥର ଗ୍ରହମାନଙ୍କ…

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri