ଭାଜପା ପ୍ରାର୍ଥୀ ଅଶ୍ୱିନୀଙ୍କୁ ବିଜେଡି ସମର୍ଥନ କରିବା ପ୍ରସଙ୍ଗ: ଦାମ କହିଲେ ‘ରାଜ୍ୟରେ ଡବଲ୍‌ ଇଞ୍ଜିନ୍‌ ହୋଇଗଲା’

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପୂର୍ବତନ ପ୍ରଶାସନିକ ଅଧିକାରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭାଜପା ପକ୍ଷରୁ ରାଜ୍ୟ ସଭା ପ୍ରାର୍ଥୀ କରାଯିବା ଏବଂ ବିଜେଡି ତାଙ୍କୁ ସମର୍ଥନ କରିବା ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି। ବରିଷ୍ଠ ଭାଜପା ନେତା ଡାକ୍ତର ଦାମୋଦର ରାଉତ ଶନିବାର ପରୋକ୍ଷରେ ବିଜେଡିକୁ ସମାଲୋଚନା କରିଛନ୍ତି। ଦାମ କହିଛନ୍ତି, ଭାଜପା ରାଜ୍ୟରେ ଡବଲ୍‌ ଇଞ୍ଜିନ୍‌ ହେଉ ବୋଲି ଚାହୁଁଥିଲା। ହେଲେ ଭୋଟ ବେଳେ ତାହା ପ୍ରତିଫଳିତ ହୋଇ ନ ଥିଲା। ମାତ୍ର ନିର୍ବାଚନ ପରେ ଡବଲ୍‌ ଇଞ୍ଜିନ୍‌ ହୋଇଗଲା ବୋଲି ସେ କହିଛନ୍ତି। ସେହିଭଳି ଅଶ୍ୱିନୀ ଜଣେ ଭଲ ଦକ୍ଷତାସମ୍ପନ୍ନ ବ୍ୟକ୍ତି। ଦିଲ୍ଲୀରେ ତାଙ୍କର ଭଲ ଲବି ରହିଛି। ଏଥିପାଇଁ ଭାଜପା ତାଙ୍କୁ ପ୍ରାର୍ଥୀ କରିଛି। ବିଜେଡି ସହ ତାଙ୍କର ଭଲ ସମ୍ପର୍କ ମଧ୍ୟ ରହିଛି। ଉଭୟ ଦଳ ନିଜର ଫାଇଦା ପାଇଁ ଅଶ୍ୱିନୀଙ୍କୁ ସମର୍ଥନ ଦେଇଛନ୍ତି ବୋଲି ଦାମ ମତ ରଖିଛନ୍ତି।

ଦାମ ଆହୁରି କହିଛନ୍ତି, ଭାଜପା ସହ ବିଜେଡି ଭଲ ସମ୍ପର୍କ ରଖିଲେ ମୁଁ ବେଶ୍‌ ଖୁସି ହେବି। ଏଥିସହ କେନ୍ଦ୍ର ଓ ରାଜ୍ୟରେ ଭାଜପାର ପତିଆରା ଦେଖି ବିଜେଡି ଭଲ ସମ୍ପର୍କ ସ୍ଥାପନ କରୁଛି। ଦିନକୁ ଦିନ ରାଜନୀତିରେ ବରିଷ୍ଠ ନେତା ଗୌଣ ହେବାକୁ ଲାଗିଛନ୍ତି। ଏଣୁ ପ୍ରତିଶ୍ରୁତି ନ ରଖିବା କିଛି ନୂଆ କଥା ନୁହେଁ ବୋଲି ଦାମ ମନ୍ତବ୍ୟ ଦେଇଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଶାରେ ଖାଲି ପଡ଼ିଥିବା ୩ ରାଜ୍ୟ ସଭା ଆସନ ଲାଗି ଶୁକ୍ରବାର ସନ୍ଧ୍ୟାରେ ବିଜେଡି ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲେ। ବିଜେଡି ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ, ମୁଖପାତ୍ର ସସ୍ମିତ୍‌ ପାତ୍ର ଏବଂ ଅଶ୍ୱିନୀ ବୈଷ୍ଣବଙ୍କ ନାମ ଘୋଷଣା କରାଯାଇଥିଲା। ଏହାର କିଛି ସମୟ ପରେ ଅଶ୍ୱିନୀ ଭାଜପାର ପ୍ରାର୍ଥୀ ଏବଂ ବିଜେଡି ପକ୍ଷରୁ ତାଙ୍କୁ ସମର୍ଥନ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ। ଏହା ପରଠାରୁ ନବୀନଙ୍କ ଏହି ନିଷ୍ପତ୍ତିକୁ ନେଇ ବିଭିନ୍ନ ମହଲରେ ଆଲୋଚନା ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri