ଭାଜପା ମହିଳା ମୋର୍ଚ୍ଚାର ନବୀନ ନିବାସ ଘେରାଉ ଉଦ୍ୟମ: ହଡ଼ବଡେଇଲା ପୋଲିସ, ଅଟକାଇବାବେଳେ ରାସ୍ତାରେ ଶୋଇଲେ ମହିଳା କର୍ମୀ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାରେ ରାଜ୍ୟ ସରକାରଙ୍କ ବିରୋଧରେ ରଣହୁଙ୍କାର ଦେଇଛି ଭାଜପା ମହିଳା ମୋର୍ଚ୍ଚା। ମଙ୍ଗଳବାର ଉଭୟ କଂଗ୍ରେସ ଓ ଭାଜପା ପକ୍ଷରୁ ପୁରୀ ପୀଡ଼ିତାଙ୍କୁ ନ୍ୟାୟ ଏବଂ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଏବଂ ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ସମାନଭାବେ ବୁଧବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଛି। ବିଭିନ୍ନ ଦିଗରୁ କର୍ମୀମାନେ ବାହାରି ଆସିବାରୁ ପୋଲିସ ହଡ଼ବଡେଇ ଯାଇଥିଲା। ଅଟକାଇବାକୁ ଚେଷ୍ଟା କରିବା ସମୟରେ କର୍ମୀ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା। ଫଳରେ କିଛି ମହିଳା କର୍ମୀ ରାସ୍ତାରେ ଶୋଇପଡ଼ିଥିବା ଦେଖିବାକୁ ମିଳିଛି।

ଏୟାରପୋର୍ଟ ରାସ୍ତାରେ ଯିବା ବେଳେ ପୋଲିସ ଅଟକାଇଥିଲା। ପରେ ପଳାସପଲ୍ଲୀ ଆଡୁ କିଛି ମହିଳା ମୋର୍ଚ୍ଚା କର୍ମୀ ମାଡ଼ି ଆସିଲେ। ସେହିଭଳି ଗଳିରାସ୍ତାରେ ପଶି ଆଉ କିଛି କର୍ମୀ ଟ୍ରାଫିକ୍‌ ପୋଷ୍ଟରେ ପହଞ୍ଚିଥିଲେ। ଏହାଦେଖି ପୋଲିସ ହଡବଡେଇ ଯାଇଥିଲା। କର୍ମୀମାନଙ୍କୁ ରୋକିବାକୁ ଚେଷ୍ଟା କରାଯାଇଥିବା ବେଳେ ମହିଳାମାନେ ରାସ୍ତାରେ ଶୋଇ ପ୍ରତିବାଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri