Posted inଖେଳ

ଭାବପ୍ରବଣତାକୁ ନିୟନ୍ତ୍ରଣରେ ରଖିବାକୁ ରୁଟ୍‌ଙ୍କ ପରାମର୍ଶ

ବର୍ମିଂହାମ,୨୮।୬(ପି.ଟି.)- ଆସନ୍ତା ରବିବାର ଏଠାରେ ଖେଳାଯିବାକୁ ଥିବା ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜୋ ରୁଟ୍‌ ସାଥୀ ଖେଳାଳିମାନଙ୍କୁ କିଛିଟା ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାବପ୍ରବଣତାକୁ ନିୟନ୍ତ୍ରଣରେ ରଖିବାକୁ ସେ କହିଛନ୍ତି। ଯଦି ଏହି ମ୍ୟାଚ୍‌ରେ ଭାରତଠାରୁ ଇଂଲଣ୍ଡ ପରାସ୍ତ ହୁଏ ତାହେଲେ ଟୁର୍ନାମେଣ୍ଟରୁ ବାଦ୍‌ ପଡିବାର ଯଥେଷ୍ଟ ସମ୍ଭାବନା ରହିଛି। ଟୁର୍ନାମେଣ୍ଟରେ ଜବରଦସ୍ତ ଆରମ୍ଭ କରିଥିଲେ ମଧ୍ୟ ଇଂଲଣ୍ଡ କ୍ରମାଗତ କେତୋଟି ପରାଜୟ ବରଣ କରି ବିପଦରେ ପଡିଛି। ଶ୍ରୀଲଙ୍କାଠାରୁ ହାରିବା ପରେ ଇଂଲଣ୍ଡ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇଛି। ଇଂଲଣ୍ଡ ଏବେ ୭ଟି ମ୍ୟାଚ୍‌ ଖେଳି ୪ ବିଜୟ ଓ ୩ ପରାଜୟ ସହ ୮ ପଏଣ୍ଟ ପାଇ ତାଲିକାର ଚତୁର୍ଥ ସ୍ଥାନରେ ରହିଛି। ଆଗକୁ ଇଂଲଣ୍ଡ ଭାରତ ଓ ପରେ ନ୍ୟୁଜିଲାଣ୍ଡକୁ ଭେଟିବ। ତେଣୁ ସେମିଫାଇନାଲରେ ପ୍ରବେଶ କରିବାକୁ ହେଲେ ଇଂଲଣ୍ଡକୁ ଏହି ଦୁଇଟି ମ୍ୟାଚ୍‌ରେ ବିଜୟୀ ହେବା ଅପରିହାର୍ଯ୍ୟ ହୋଇପଡିଛି। ଏହି ଦୁଇଟି ମ୍ୟାଚ୍‌ରେ ଆମକୁ ଶାନ୍ତ ରହିବାକୁ ହେବ। ଏଜବାଷ୍ଟନ ଗ୍ରାଉଣ୍ଡରେ ପରିବେଶ ବେଶ୍‌ ରୋମାଞ୍ଚକ ରହିବ। ତେଣୁ ଖେଳାଳିମାନଙ୍କୁ ଭାବପ୍ରବଣତାକୁ ନିୟନ୍ତ୍ରଣରେ ରଖିବାକୁ ହେବ ବୋଲି ଟେଷ୍ଟ ଅଧିନାୟକ ରୁଟ୍‌ କହିଛନ୍ତି। ଆମେ ଏବେ ମଧ୍ୟ ସେମିଫାଇନାଲକୁ ଉଠିବାର ଦକ୍ଷତା ରଖିଛୁ। ଭାରତ ଓ ନ୍ୟୁଜିଲାଣ୍ଡକୁ ହରାଇପାରିଲେ ଆମେ ସେମିଫାଇନାଲକୁ ଉଠିବୁ। ଏହି ଦୁଇଟି ମ୍ୟାଚ୍‌ ଆମ ପାଇଁ କ୍ୱାର୍ଟର ଫାଇନାଲ ସଦୃଶ ହୋଇଛି। ଟୁର୍ନମେଣ୍ଟରେ କେବେ ନା କେବେ ବଡ଼ ମ୍ୟାଚ୍‌ ବା ନକ୍‌ ଆଉଟ ମ୍ୟାଚ୍‌ ଖେଳିବାକୁ ହୋଇଥାଏ। ଆମକୁ କେବଳ ଭଲ ପ୍ରଦର୍ଶନ କରିବାକୁ ହେବ। ରବିବାର ବର୍ମିିଂହାମ୍‌ରେ ବହୁ ସଂଖ୍ୟାରେ ଭାରତୀୟ ଦର୍ଶକ ଷ୍ଟାଡିୟମରେ ଉପସ୍ଥିତ ରହିବେ। ତେଣୁ ଘରୋଇ ପରିବେଶରେ ଖେଳୁଥିଲେ ମଧ୍ୟ ଆମେ ଚାପରେ ରହିବୁ ଓ ନିଜ ଦର୍ଶକଙ୍କ ଉପସ୍ଥିତି ଭାରତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ ବୋଲି ରୁଟ୍‌ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri