ଭାରତକୁ ଚାଇନାର ସମାଲୋଚନା

ନୂଆଦିଲ୍ଲୀ,୨୧।୪: ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍‌ଡିଆଇ) କ୍ଷେତ୍ରରେ ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ଉପରେ ଭାରତ ଅଙ୍କୁଶ ଲଗାଇବାର ୨ ଦିନ ପରେ ଏହାକୁ ନେଇ ସୋମବାର ଚାଇନା ପ୍ରତିକ୍ରୟା ପ୍ରକାଶ କରିଛି। ଚାଇନା ସମେତ ଅନ୍ୟ ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ପ୍ରତ୍ୟକ୍ଷ ରୁଟ୍‌ରେ ବା ସିଧାସଳଖ ଭାବେ ଭାରତ ବଜାରରେ ଏଫ୍‌ଡିଆଇ ଖଟାଇପାରିବେ ନାହିଁ ବୋଲି ଭାରତ ସରକାର ନିର୍ଦ୍ଦେଶନାମା ଜାରି କରିଥିଲେ। ବ୍ୟକ୍ତିବିଶେଷ କିମ୍ବା କମ୍ପାନୀ ଏହାକୁ ମାନିବାକୁ ବାଧ୍ୟ ବୋଲି ନିର୍ଦ୍ଦେଶରେ କୁହାଯାଇଥିଲା। ଏହି ଆଇନ ଉପରେ ଚାଇନା ଦୂତାବାସ ପକ୍ଷରୁ କୁହାଯାଇଛି ଯେ, ଭାରତ ପକ୍ଷପାତିତା ନୀତି ଅବଲମ୍ବନ କରିଛି। ନୂଆ ନିୟମ ଦ୍ୱାରା ଭାରତରେ ନିବେଶ କରିବା କଷ୍ଟକର ହୋଇପଡ଼ିବ। ଭାରତ ବିଶ୍ୱ ବାଣିଜ୍ୟ ସଙ୍ଗଠନ (ଡବ୍ଲ୍ୟଟିଓ)ର ମୁକ୍ତ ବାଣିଜ୍ୟ ଚୁକ୍ତିକୁ ଭାରତ ଅବମାନନା କରିବା ସହ ଏଭଳି ପକ୍ଷପତିତା ନୀତି ଅବଲମ୍ବନ କରିଛି। ଏହା ବାଣିଜ୍ୟ ଏବଂ ନିବେଶ କ୍ଷେତ୍ରରେ ଉଦାରୀକରଣ ନୀତିର ବିରୋଧାଭାସ କରୁଛି। ଏହାବାଦ ବାଣିଜ୍ୟ ପ୍ରୋତ୍ସାହନ ଲାଗି ଜି-୨୦ ଦେଶଗୁଡ଼ିକର ଗ୍ରହଣ କରିଥିବା ସାମଗ୍ରିକ ପଦକ୍ଷେପ ବିରୋଧରେ ଯାଇ ଭାରତ ଏଭଳି କରିଛି ବୋଲି ଦୂତାବାସ ପକ୍ଷରୁ ମୁଖପାତ୍ର ସି.ଜି. ରଙ୍ଗ୍‌ ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ,୨୦୧୯ ଡିସେମ୍ବର ସୁଦ୍ଧା ଚାଇନା କମ୍ପାନୀ ଏବଂ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ଭାରତରେ ୮ ବିଲିୟନ ଡଲାର ନିବେଶ କରାଯାଇଛି। ଭାରତର ଅନ୍ୟ ପଡ଼ୋଶୀ ରାଷ୍ଟ୍ରଠାରୁ ଏହା ବହୁ ଗୁଣରେ ଅଧିକ। ଚାଇନା ନିବେଶ ଦ୍ୱାରା ଭାରତର ଶିଳ୍ପାୟନକୁ ପ୍ରୋତ୍ସାହିତ କରୁଛି। ମୋବାଇଲ ଫୋନ, ହାଉସହୋଲ୍ଡ ଇଲେକ୍ଟ୍ରିକାଲ ସାମଗ୍ରୀ ଭିତ୍ତିଭୂମି, ଅଟୋ ମୋବାଇଲ ଭଳି କ୍ଷେତ୍ରରେ ନିବେଶ ଯୋଗୁ ଅନେକ ଲୋକ ନିଯୁକ୍ତି ପାଇପାରୁଛନ୍ତି। ଏହା ଦ୍ୱାରା ଦ୍ୱିପାକ୍ଷିକ ସମ୍ପର୍କ ମଧ୍ୟ ଦୃଢ ହେଉଛି ବୋଲି ମୁଖପାତ୍ର ରଙ୍ଗ୍‌ କହିଛନ୍ତି। ନୂଆ ନିୟମ ଆସିବା ଦ୍ୱାରା ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ପ୍ରଭାବିତ ହେବା ଆଶଙ୍କା କରୁଛନ୍ତି। ବିଶ୍ୱର ଅନ୍ୟ ଦେଶଗୁଡିକ ଲାଗି ଗୋଟିଏ ନିୟମ ଏବଂ ପଡ଼ୋଶୀଙ୍କ ଲାଗି ଅନ୍ୟ ଏକ ନିୟମ ଭାରତ କାହିଁକି ଆଣିଛି। ଏହାଦ୍ୱାରା କିଛି ଦେଶକୁ ସୁବିଧା ସୁଯୋଗ ପ୍ରଦାନ କରାଯାଉଥିବା ବେଳେ ଅନ୍ୟ କିଛି ଦେଶଙ୍କୁ ସମାନ ସୁବିଧାରୁ ବଞ୍ଚିତ କରାଯାଇଛି ବୋଲି ଚାଇନା ଦୂତାବାସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri