ଭାରତକୁ ମିଳିବ କରୋନା ଭ୍ୟାକସିନ୍‌!

ନୂଆଦିଲ୍ଲୀ,୨୩।୪: କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୨୧୦ ଦେଶକୁ ବ୍ୟାପିଥିବା ବେଳେ ଏବେ ଏହା ଆମେରିକାରେ ସର୍ବାଧିକ ଲୋକଙ୍କ ଜୀବନ ନେଲାଣି। ଏହି ଭାଇରସର ଭ୍ୟାକସିନ୍‌ ଖୋଜିବା କାମରେ ଏବେ ପ୍ରାୟ ସମସ୍ତ ବିକାଶଶୀଳ ଦେଶ ବ୍ୟସ୍ତ ଥିବା ବେଳେ ଭାରତ ମଧ୍ୟ ଏ ଦିଗରେ ପଛରେ ନ ଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଚଳିତ ବର୍ଷ ଶେଷ ସୁଦ୍ଧା ଭାରତକୁ କରୋନା ଭ୍ୟାକସିନ ମିଳିଯାଇପାରେ ବୋଲି ଅନୁମାନ କରାଯାଉଛି। ବ୍ରିଟେନର ଅକ୍ସଫୋର୍ଡ ୟୁନିଭର୍ସିଟିରେ ଏହାର ପ୍ରୟୋଗ ଆରମ୍ଭ ହୋଇଥିବା ବେଳେ ଏ କ୍ଷେତ୍ରରେ ଭାରତକୁ ମଧ୍ୟ ସଫଳତା ମିଳିପାରେ ବୋଲି କୁହାଯାଉଛି। ବିଶ୍ୱପ୍ରସିଦ୍ଧ ଭ୍ୟାକ୍ସିନୋଲଜିଷ୍ଟ ତଥା ପ୍ରଫେସର ଏଡ୍ରିୟନ ହିଲ ଦାବି କରିଛନ୍ତି ଆସନ୍ତା ସେପ୍ଟେମ୍ବର ସୁଦ୍ଧା କରୋନା ଭାଇରସର ଭ୍ୟାକ୍ସିନ୍‌ ଆସିଯାଇପାରେ। ଯଦି ଏହି ଟ୍ରାଏଲ୍‌ ଠିକ୍‌ ରହିଲା ତେବେ ସେପ୍ଟେମ୍ବର ସୁଦ୍ଧା ଏହି ଭ୍ୟାକ୍ସିନର ଯୋଗାଣ ମଧ୍ୟ ଆରମ୍ଭ ହୋଇଯିବ। ଏହି କ୍ରମରେ ଭାରତକୁ ମଧ୍ୟ ଏହା ଚଳିତ ବର୍ଷ ଶେଷ ସୁଦ୍ଧା ଆସିପାରେ। ବ୍ରିଟେନର ପ୍ରଫେସର ହିଲଙ୍କ କହିବା କଥା ହେଲା ଏବେ ଏହାକୁ ନେଇ ଯେଉଁ ପ୍ରୋଜେକ୍ଟ ଉପରେ କାମ ହେଉଛି ସେଥିରେ ଭାରତୀୟ ପ୍ରଫେସର ମଧ୍ୟ ସାମିଲ ଅଛନ୍ତି। ହେଲଙ୍କ ମତରେ ଏବେ କରୋନା ମୁକାବିଲା ପାଇଁ ଯେଉଁ ଭ୍ୟାକ୍ସିନ ତିଆରି କରାଯାଉଛି ଏହା ସଫଳ ହେବାର ଆଶା ବହୁ ଅଧିକ। ଯଦି ରୋଗ ପ୍ରତିରୋଧକ ଶକ୍ତି ଅଧିକ ଥିବ ତେବେ ଏହା ଶୀଘ୍ର କାମ କରିବ ବୋଲି ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri