ଭାରତବନ୍ଦ ଆନ୍ଦୋଳନକାରୀଙ୍କ ପାକିସ୍ତାନ ଜିନ୍ଦାବାଦ୍‌ ସ୍ଲୋଗାନ୍‌

କେନ୍ଦୁଝର,୨୯।୧(ସ୍ବ.ପ୍ର.): ଏନ୍‌ଆରସି ଓ ସିଏଏ ବିରୋଧରେ ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ କେନ୍ଦୁଝର ଜିଲାରେ ସେଭଳି ପ୍ରଭାବ ଦେଖିବାକୁ ମିଳିନାହିଁ। କେନ୍ଦୁଝର ସହର ଗାନ୍ଧିଛକରେ ମୋର୍ଚ୍ଚାର ସଦସ୍ୟ ଓ ନେତାମାନେ ଏନ୍‌ଏଚ୍‌ ନଂ.୪୯କୁ ଅବରୋଧ କରିଥିଲେ। କିନ୍ତୁ ଏନ୍‌ଆରସି ସମର୍ଥକମାନେ ପହଞ୍ଚି ସେମାନଙ୍କୁ ଘଉଡାଇ ଦେବାରୁ ଏହା ଭଣ୍ଡୁର ହୋଇଥିଲା। ଏହାକୁ ନେଇ କିଛି ସମୟ ଧସ୍ତାଧସ୍ତି ହୋଇଥିଲା। ପୋଲିସ ପହଞ୍ଚି ପରିସ୍ଥିତିକୁ ନିନ୍ତ୍ରଣାଧୀନ କରିଥିଲା। ପୂର୍ବପରି ଏନ୍‌ଏଚ୍‌ ଓ ଅନ୍ୟାନ୍ୟ ରାସ୍ତାରେ ଗାଡି ଚଳାଚଳ କରିଥିଲା। ଏହି ଘଟଣାକୁ ନେଇ ଆନ୍ଦୋଳନକାରୀଙ୍କ ପକ୍ଷରୁ ଟାଉନ ଥାନାରେ ଅଭିଯୋଗ କରାଯାଇଛି। ଦୋକାନ ବଜାର, ସ୍କୁଲ କଲେଜ, ଅଫିସ ଆଦି ଖୋଲା ରହିଥିଲା। ଏହି ଘଟଣାରେ ପୋଲିସ କେତେକ ଆନ୍ଦୋଳନକାରୀଙ୍କୁ ଅଟକ ରଖିଥିବା ଜଣାପଡିଛି। ବେଆଇନ ଭାବରେ ରାସ୍ତା ଅବରୋଧ କରିବା, ଅସଦାଚରଣ କରିବା ସହ କେତେକ ଦେଶ ବିରୋଧୀ ନାରା ଦେବା, ପାକିସ୍ତାନ ଜିନ୍ଦାବାଦ୍‌ ଭଳି ସ୍ଲୋଗାନ ଦିଆଯାଇ ଶାନ୍ତି ଓ ଭାଇଚାରା ମନୋଭା ଭଂଗ କରାଯାଇଥିବା ନେଇ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri