ଭାରତରେ କମୁଛି ଶାନ୍ତି : ଗୋଟିଏ ବର୍ଷରେ ୫ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩।୬: ଗୋଟିଏ ବର୍ଷ ମଧ୍ୟରେ ଭାରତରେ ଶାନ୍ତି କମିଛି। ବାର୍ଷିକ ଗ୍ଲୋବାଲ୍‌ ପିସ୍‌ ଇଣ୍ଡେକ୍ସ୍‌ରେ ଏନେଇ ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ୧୬୩ ଦେଶ ମଧ୍ୟରେ ଭାରତ ୧୪୧ ସ୍ଥାନରେ ରହିଛି। ୨୦୧୮ରେ ୧୩୬ ସ୍ଥାନ ହାସଲ କରିଥିଲା। ଗୋଟିଏ ବର୍ଷ ମଧ୍ୟରେ ଭାରତରେ ଶାନ୍ତି ୫ ପଏଣ୍ଟ ହ୍ରାସ ପାଇଥିବା ଇଣ୍ଟରନ୍ୟାସନାଲ୍‌ ଥିଙ୍କ୍‌ ଟ୍ୟାଙ୍କ  ରିପୋର୍ଟରେ ପ୍ରକାଶ ପାଇଛି। ଚଳିତ ବର୍ଷ ମଧ୍ୟ ଆଇସ୍‌ଲାଣ୍ଡ୍‌ ଶାନ୍ତି ତାଲିକାର ପ୍ରଥମ ସ୍ଥାନରେ ରହିଛି। ଗତ ୨୦୦୮ଠାରୁ ଆଇସ୍‌ଲାଣ୍ଡ୍‌ ତାଲିକାର ଶୀର୍ଷରେ ରହିଛି। ନ୍ୟୁଜିଲାଣ୍ଡ୍‌, ଅଷ୍ଟ୍ରିଆ, ପର୍ତ୍ତୁଗାଲ, ଡେନମାର୍କ ଓ ଭୁଟାନ ଏହି ତାଳିକାରେ ଚଳିତ ବର୍ଷ ପୂର୍ବାପେକ୍ଷା ଭଲ ସ୍ଥାନରେ ରହିଥିବା କୁହାଯାଉଛି। ଏସବୁ ଦେଶ ଶ୍ରେଷ୍ଠ ୨୦ ସ୍ଥାନରେ ରହିଛନ୍ତି। ନେପାଳ ଗତ ୧୨ ବର୍ଷ ମଧ୍ୟରେ ୪୩ ସ୍ଥାନ ଉପରକୁ ଉଠିଥିବା ତାଲିକାରେ ଦର୍ଶାଯାଇଛି। ଚଳିତବର୍ଷ ଏହି ତାଲିକାରେ ଭାରତ, ଫିଲିପାଇନ୍ସ, ଜାପାନ, ବାଂଲାଦେଶ, ମ୍ୟାନ୍‌ମାର୍‌, ଚାଇନା, ଇଣ୍ଡୋନେସିଆ, ଭିଏତନାମ୍‌ ଓ ପାକିସ୍ତାନ ଆଦି ୯ଟି ଦେଶରେ ଶାନ୍ତି ବ୍ୟାହତ ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri