ଭାରତରେ କରୋନା ସଂକ୍ରମଣ ହାର ଅଧିକ ନ ଥିଲେ ବି ରହିଛି ବିପଦ ଆଶଙ୍କା: ଡବ୍ଲ୍ୟୁଏଚ୍‌ଓ

ଜେନେଭା/ନୂଆଦିଲ୍ଲୀ, ୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସରକାର କରୋନା ବିରୋଧରେ ଲଢ଼େଇ ଜୋର୍‌ଦାର କରିଛନ୍ତି। ସରକାରଙ୍କ ଏହି ଉଦ୍ୟମକୁୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ପ୍ରଶଂସା କରାଯାଇଛି। ଭାରତରେ କରୋନା ସଂକ୍ରମଣ ହାର ଅଧିକ ନ ଥିଲେ ବି ବିପଦ ଆଶଙ୍କା ରହିଥିବା ଡବ୍ଲ୍ୟୁଏଚ୍‌ଓର ଜରୁରୀକାଳୀନ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ମାଇକେଲ ରୟାନ କହିଛନ୍ତି। ଭାରତରେ ଜନସଂଖ୍ୟାର ଘନତ୍ୱ ଅଧିକ ରହିଥିବା ଯୋଗୁ ବିପଦର ଯଥେଷ୍ଟ ଆଶଙ୍କା ଥିବା ସେ କହିଛନ୍ତି। ଦକ୍ଷିଣ ଏସିଆର ଅଧିକ ଜନସଂଖ୍ୟା ଘନତ୍ୱଥିବା ଦେଶ ପାକିସ୍ତାନ ଏବଂ ବାଂଲାଦେଶ ଉପରେ ମଧ୍ୟ ବିପଦ ରହିଥିବା ସେ କହିଛନ୍ତି। ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହେଲେ ଏହାକୁ ନିୟନ୍ତ୍ରଣ କରିବା କଷ୍ଟକର ହେବ ବୋଲି ସେ ସତର୍କ ସୂଚନା ଦେଇଛନ୍ତି। ଦେଶରେ ଅର୍ଥ ବ୍ୟବସ୍ଥାରେ ସୁଧାର ଆଣିବା ଲାଗି ହୋଇଥିବା ଅନ୍‌ଲକ୍‌ ନିଷ୍ପତ୍ତି ଯୋଗୁ ଗହଳି ପୁଣି ବଢ଼ିଛି। ଫଳରେ ସାମାଜିକ ଦୂରତା ବଜାୟ ରଖିବା ସମ୍ଭବ ହୋଇ ପାରୁନାହିଁ। ଏହା ସହିତ ପ୍ରବାସୀଙ୍କ ସଂଖ୍ୟା ବୃଦ୍ଧି ଏବଂ ସହରାଞ୍ଚଳରେ ଭିଡ଼ ବଢ଼ିବା ଯୋଗୁ କରୋନା ସଂକ୍ରମଣ ଆଶଙ୍କା ଦେଖାଦେଇଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ କୋଟି ଜନସଂଖ୍ୟା ତୁଳନାରେ ଅଧିକ ନ ହେଲେ ମଧ୍ୟ ଏହା ଯେପରି ଦୁଇଗୁଣା ହାରରେ ବୃଦ୍ଧି ନ ପାଇବ ସେଥିପ୍ରତି ଦୃଷ୍ଟି ଦେବାର ଆବଶ୍ୟକତା ରହିଥିବା ଡବ୍ଲ୍ୟୁଏଚ୍‌ଓର ମୁଖ୍ୟ ବୈଜ୍ଞାନିକ ସୋମା ସ୍ବାମୀନାଥନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri