Posted inଜାତୀୟ

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଲକ୍ଷ୍ନୌ,୨୦।୩: ଭାରତରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଏହି ମହାମାରୀ ଦେଶର ୧୯ଟି ରାଜ୍ୟରେ ବ୍ୟାପିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ଉତ୍ତରପ୍ରଦେଶ ଲକ୍ଷ୍ନୌରେ ଆଉ ୪ଟି ନୂଆ କରୋନା ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ସେଥିରୁ ୩ଜଣ ରୋଗୀ କରୋନା ସଂକ୍ରମିତ ଡାକ୍ତରଙ୍କ ସଂସ୍ପର୍ଶରେ ଆସିଥିବା ବେଳେ ଅନ୍ୟଜଣଙ୍କ ନିକଟରେ ସାଉଦି ଆରବରୁ ଯାତ୍ରା କରି ଫେରିଛନ୍ତି। ଅପରପକ୍ଷେ ଶୁକ୍ରବାର ରାଜସ୍ଥାନର ଜୟପୁରରେ ଓ ପଞ୍ଜାବର ହୋଶିୟାରପୁରରେ ଜଣେ ରୋଗୀ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ରରେ ଆଉ ୩ଟି ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୫୨କୁ ବୃଦ୍ଧି ହୋଇଛି। ସେହିପରି ଗୁଜରାଟରେ ମଧ୍ୟ ୩ଜଣ କେରାନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିରୁ ୨ଜଣ ଅହମଦାବାଦର ଥିବା ବେଳେ ଜଣେ ବଡୋଦରାର ବୋଲି ଜଣାପଡ଼ିଛି। ତେବେ ଏହାକୁ ମିଶାଇ ଭାରତରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୦୬କୁ ଟପିଛି। ଅନ୍ୟପଟେ କରୋନାରେ ଆକ୍ରାନ୍ତ ହୋଇ ଦେଶରେ ୫ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ସଂକ୍ରମିତଙ୍କ ସଂଖ୍ୟାକୁ ଦେଖି ଦେଶରେ ଭୟର ବାତାବରଣ ସୃଷ୍ଟି ହୋଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ନେଇ ବିଭିନ୍ନ ସତକର୍ତା ଅବଲମ୍ବନ କରାଯିବା ସହ କେତେକ କଟକଣା ଜାରି କରାଯାଇଛି। ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ସମ୍ବୋଧିତ କରି ରବିବାର ଜନତା କର୍ଫ୍ୟୁ ପାଇଁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri