ଭାରତରେ ଗଲାଣି ୮୨୩ ଜୀବନ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସ୍ଥିତି ଉଦ୍‌ବେଗଜନକ ଭାବେ ବୃଦ୍ଧିପାଇବାରେ ଲାଗିଛି। ଲକ୍‌ଡାଉନ୍‌ ସତ୍ତ୍ୱେ ନୂଆ ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଛି। ଶନିବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬,୧୩୧ରେ ପହଞ୍ଚି ଥିବାବେଳେ ୮୨୩ ଜଣ ପ୍ରାଣ ହରାଇଲେଣି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୬୮୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି ଓ ୪୨ ଜଣଙ୍କ ଜୀବନ ଯାଇଛି। ପ୍ରତିଦିନ ଏଭଳି ସଂଖ୍ୟା ବୃଦ୍ଧି ପାଉଥିବାରୁ ଚିନ୍ତା ବଢ଼ିବାରେ ଲାଗିଛି। ଯଦିଓ ଅଦ୍ୟାବଧି ୫,୯୦୬ ଆକ୍ରାନ୍ତ ସୁସ୍ଥହୋଇ ଘରକୁ ଫେରିଛନ୍ତି ତଥାପି ପରିସ୍ଥିତି ଅଣାୟତ୍ତ ଆଡ଼କୁ ଗତି କରିବାରେ ଲାଗିଛି। କେବଳ ମହାରାଷ୍ଟ୍ରରେ ୭,୬୨୮ ଭୂତାଣୁ ଆକ୍ରାନ୍ତ ଥିବାବେଳେ ୩୨୩ ଜୀବନ ଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୧୧ ନୂଆରୋଗୀ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ପ୍ରାଣ ହରାଇଛନ୍ତି।
ରାଜଧାନୀ ଦିଲ୍ଲୀ ସ୍ଥିତି ମଧ୍ୟ ଖରାପ ହେବାରେ ଲାଗିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ଶନିବାର ସୁଦ୍ଧା ୨,୫୧୪ ଥିବା ବେଳେ ୫୩ ଜୀବନ ଗଲାଣି। ଗୁଜରାଟରେ ମଧ୍ୟ ସଙ୍ଗିନ ସ୍ଥିତି। ମୋଟ ୩,୦୭୧ ଜଣ ଏଠାରେ ଭୂତାଣୁ ସଂକ୍ରମିତ ହୋଇଥିବା ବେଳେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୩୩କୁ ବୃଦ୍ଧିପାଇଛି। ମଧ୍ୟପ୍ରଦେଶରେ ୯୯ ଜୀବନ ଯାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୧,୯୪୫। ରାଜସ୍ଥାନରେ ୨,୦୬୧ ଆକ୍ରାନ୍ତ ଥିବାବେଳେ ମୃତ୍ୟୁସଂଖ୍ୟା ୩୩ରେ ପହଞ୍ଚିଛି। ତାମିଲନାଡ଼ୁ, ଆନ୍ଧ୍ରପ୍ରଦେଶ, ଉତ୍ତରପ୍ରଦେଶରେ ରୋଗୀସଂଖ୍ୟା ବଢ଼ି ବଢ଼ି ଚାଲିଛି। ତାମିଲନାଡ଼ୁରେ ୧,୮୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆନ୍ଧ୍ରପ୍ରଦେଶରେ ୧,୦୧୬ ଓ ଉତ୍ତରପ୍ରଦେଶରେ ୧,୭୯୩ ଚିହ୍ନଟ ହୋଇଛନ୍ତି। ଏହି ରାଜ୍ୟରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଯଥାକ୍ରମେ ୨୩, ୩୧, ୨୭ ରହିଛି। ଅନ୍ୟ ରାଜ୍ୟ ମଧ୍ୟରେ ତେଲଙ୍ଗାନାରେ ୯୯୦, ପଶ୍ଚିମବଙ୍ଗରେ ୫୭୧, କର୍ନାଟକରେ ୫୦୦, ଜମ୍ମୁ-କଶ୍ମୀରରେ ୪୯୪, କେରଳରେ ୪୫୮, ପଞ୍ଜାବରେ ୩୦୮, ହରିୟାଣାରେ ୨୮୭ ଭୂତାଣୁ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଲୋକମାନଙ୍କୁ ସାମାଜିକ ଦୂରତ୍ୱ ରକ୍ଷା ସହ ଲକ୍‌ଡାଉନ୍‌କୁ ମାନି ଚଳିବା ଲାଗି ପରାମର୍ଶ ଦିଆଯାଇଥିଲା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri