ଭାରତରେ ଶାଖା ଖୋଲିବ ବ୍ୟାଙ୍କ ଅଫ୍‌ ଚାଇନା

ମୁମ୍ବାଇ,୩-୮: ବିଶ୍ୱରେ ୫ମ ସ୍ଥାନ ହାସଲ କରିଥିତ୍ବା ବ୍ୟାଙ୍କ ଅଫ୍‌ ଚାଇନା ଭାରତରେ ଏକ ଶାଖା ଖୋଲିବାକୁ ଯାଉଛି। ଏଥିପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏହାକୁ ଅନୁମତି ପ୍ରଦାନ କରିଛି। ଗତବର୍ଷ ଏହାକୁ ଲାଇସେନ୍ସ ପ୍ରଦାନ କରାଯାଇଥିଲା। କେନ୍ଦ୍ରୀୟ ବ୍ୟାଙ୍କ ଆର୍‌ବିଆଇ ଆଇନ, ୧୯୩୪ର ଦ୍ୱିତୀୟ ସିଡ୍ୟୁଲରେ ଏହି ବ୍ୟାଙ୍କକୁ ଅନ୍ତର୍ଭୁକ୍ତ କରିଛି। ଦେଶର ଅନ୍ୟ ପ୍ରମୁଖ ବ୍ୟାଙ୍କ ପୂର୍ବରୁ ଏହି ସିଡ୍ୟୁଲରେ ସାମିଲ ହୋଇଛନ୍ତି। ଏସ୍‌ସିଓ ସମ୍ମିଳନୀରେ ଯୋଗ ଦେବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଜି.ଜିନପିଙ୍ଗଙ୍କ ସହ ଆଲୋଚନା କାଳରେ ଏହାକୁ ନେଇ ପ୍ରତିଶ୍ରୁତି ଦେଇଥିଲେ। ଚାଇନାର ଦ୍ୱିତୀୟ ବ୍ୟାଙ୍କ ଭାବେ ବ୍ୟାଙ୍କ ଅଫ୍‌ ଚାଇନା ଭାରତରେ ନିଜର ଶାଖା ଖୋଲିବାକୁ ଯାଉଛି। ମୁମ୍ବାଇରେ ଏହାର ପ୍ରଥମ ଶାଖା ଖୋଲାଯିବ। ଏହା ଚାଇନାର ଚତୁର୍ଥ ସର୍ବବୃହତ ବ୍ୟାଙ୍କ, ଯାହା କି, ହଂକଂ ଏବଂ ସାଂଘାଇ ଷ୍ଟକ୍‌ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ହୋଇଛି। ଏହାର ମାର୍କେଟ କ୍ୟାପିଟାଲାଇଜେଶନ ୧୫୮.୬ ବିଲିୟନ ଡଲାର ବା ୧୦.୮୫ ଲକ୍ଷ କୋଟି ଟଙ୍କା ରହିଛି। ବ୍ୟାଙ୍କ ଅଫ୍‌ ଚାଇନା ୨୦୧୬ ଜୁଲାଇରେ ସିକ୍ୟୁରିଟି କ୍ଲିୟରାନ୍ସ ଲାଗି ଆବେଦନ କରିଥିଲା। ଇସ୍ରାଏଲ୍‌ ବିରୋଧରେ ଲଢ଼େଇ କରୁଥିବା ଆତଙ୍କବାଦୀ ସଂଗଠନ ହମାସକୁ ଏହି ବ୍ୟାଙ୍କ ଆର୍ଥିକ ସହାୟତା ପ୍ରଦାନ କରିଥିଲା ବୋଲି ପୂର୍ବରୁ ଅଭିଯୋଗ ହୋଇଥିଲା। ତେବେ ବ୍ୟାଙ୍କ ଏହାକୁ ସ୍ପଷ୍ଟ ଭାବେ ଖଣ୍ଡନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri