ଭାରତରେ ସଂକ୍ରମିତଙ୍କ ସଂଖ୍ୟା ହଜାରେ ଟପିଲା

ନୂଆଦିଲ୍ଲୀ,୨୯ା୩: ଭାରତରେ ବିଭିନ୍ନ କଟକଣା ସତ୍ତ୍ୱେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଭାରତରେ ୨୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୧୦୦୩ରେ ପହଞ୍ଚିଛି। ଗତ ଦୁଇଦିନରେ ସଂକ୍ରମିତଙ୍କ ସଂଖ୍ୟା ୨୦୦ରୁ ଉର୍ଦ୍ଧ୍ୱ ହୋଇଥିବା ଜଣାପଡିଛି। ସଂକ୍ରମଣକୁ ରୋକିବା ଲାଗି ବିଭିନ୍ନ ରାଜ୍ୟକୁ ସତର୍କ କରାଯିବା ସହ ଅଧିକ ପରୀକ୍ଷା କରିବା ଉପରେ ଗୁରୁତ୍ୱ ଦିଆଯାଉଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍‌ ଅଗ୍ରଓ୍ବାଲ ପ୍ରକାଶ କରିଛନ୍ତି। ପ୍ରତି ରାଜ୍ୟରେ ହସ୍ପିଟାଲ ନିର୍ମାଣ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏଥିଲାଗି ୧୭ ରାଜ୍ୟରେ କାମ ଆରମ୍ଭ ହୋଇଥିବା ସେ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ସହ ବିଭିନ୍ନ ପ୍ରସଙ୍ଗ ନେଇ କେନ୍ଦ୍ରର ଆଲୋଚନା ଜାରି ରହିଛି। ଥଣ୍ଡା, ଜ୍ୱର ଓ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିବା ସମସ୍ତ ବ୍ୟକ୍ତିଙ୍କ ପରୀକ୍ଷା କରାଯାଉଛି। ତୃଣମୂଳ ସ୍ତରରୁ ଲୋକେ ସଚେତନ ହେଲେ ଓ ସତର୍କ ରହିଲେ କରୋନା ମହାମାରୀକୁ ରୋକାଯାଇ ପାରିବ ବୋଲି ଅଗ୍ରଓ୍ବାଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri