Posted inଖେଳ

ଭାରତର କ୍ଲିନ୍‌ ସୁଇପ୍‌: ଦକ୍ଷିଣ ଆଫ୍ରିକାର ଇନିଂସ ପରାଜୟ; ରୋହିତ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ଓ ସିରିଜ

ରାଞ୍ଚି,୨୨।୧୦(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ କ୍ରିକେଟ ଦଳ ଆଉ ୨ ଉଇକେଟ ହାସଲ କରି ଶେଷରେ ବିଜୟର ଔପଚାରିକତା ପୂରଣ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭାରତ ମଙ୍ଗଳବାର ଚତୁର୍ଥ ଦିବସରେ ଏକ ଇନିଂସ ୨୦୨ ରନରେ ବିଜୟ ହାସଲ କରି ୩-୦ରେ କ୍ଲିନ୍‌ ସୁଇପ୍‌ କରିଛି। ଏଥିସହିତ ବିରାଟ କୋହଲି ଅଧିନାୟକ ହିସାବରେ ୧୧ତମ ସିରିଜ ବିଜୟ ହାସଲ କରିଛନ୍ତି ଓ ତାଙ୍କ ନେତୃତ୍ୱରେ ଭାରତ ପ୍ରଥମଥର ପାଇଁ ଦକ୍ଷିଣ ଆଫ୍ରିକା ବିପକ୍ଷରେ କ୍ଲିନ୍‌ ସୁଇପ୍‌ କରିଛି। ଘରୋଇ ମାଟିରେ ଭାରତ ଏହା କ୍ରମାଗତ ୧୧ତମ ସିରିଜ ବିଜୟ ସାବ୍ୟସ୍ତ ହୋଇଛି। ସାରା ସିରିଜରେ ଭାରତ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଦଳ ଉପରେ ସବୁ ବିଭାଗରେ ଆଧିପତ୍ୟ ବିସ୍ତାର କରିବାରେ ସଫଳ ହୋଇଛି। ୨୧୨ ରନର ଦ୍ୱିଶତକୀୟ ପାଳି ଖେଳିଥିବା ଭାରତୀୟ ଓପନର ରୋହିତ ଶର୍ମା ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ସେହିପରି ସାରା ସିରିଜରେ ସେ ସ୍ଥିର ପ୍ରଦର୍ଶନ କରି ପ୍ଲେୟାର ଅଫ୍‌ ଦି ସିରିଜ ମଧ୍ୟ ବିବେଚିତ ହୋଇଛନ୍ତି। ରୋହିତ ଓପନର ଭାବେ ନୂଆ ଭୂମିକାରେ ଅବତୀର୍ଣ୍ଣ ହୋଇ ବେଶ୍‌ ସଫଳ ହୋଇଛନ୍ତି। ସିରିଜ୍‌ରେ ସେ ମୋଟ ଉପରେ ୫୨୯ ରନ ସଂଗ୍ରହ କରିଛନ୍ତି। ରୋହିତଙ୍କୁ ଓପନର ହିସାବରେ ଖେଳାଇବାର ଏକ୍ସପେରିମେଣ୍ଟ ଶେଷରେ କାମ ଦେଇଛି। ଅନ୍ୟତମ ଓପନର ମୟଙ୍କ ଅଗ୍ରଓ୍ବାଲ ମଧ୍ୟ ଗୋଟିଏ ଦ୍ୱିଶତକ ଓ ଗୋଟିଏ ଶତକ ସହ ସଫଳ ପ୍ରଦର୍ଶନ କରିଛନ୍ତି। ଦ୍ରୁତ ବୋଲର ମହମ୍ମଦ ସାମି ୧୩ ଉଇକେଟ ନେଇ ସିରିଜ ବିଜୟରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଛନ୍ତି। ସେହିପରି ସିରିଜରେ ରବୀନ୍ଦ୍ର ଜାଡେଜା ୧୩, ରବିଚନ୍ଦ୍ରନ ଅଶ୍ୱିନ ୧୫, ଉମେଶ ଯାଦବ ୧୧ ଓ ଇଶାନ୍ତ ଶର୍ମା ୨ଟି ଉଇକେଟ ଅକ୍ତିଆର କରିଛନ୍ତି।

ଘରୋଇ ପରିବେଶରେ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ଭାରତର ଏହା ଷଷ୍ଠ କ୍ଲିନ୍‌ ସୁଇପ୍‌ ସାବ୍ୟସ୍ତ ହୋଇଛି। ପୂର୍ବରୁ ଭାରତ ପ୍ରଥମ ଟେଷ୍ଟରେ ୨୦୩ ରନରେ ବିଜୟୀ ହୋଇଥିଲା। ସେହିପରି ଦ୍ୱିତୀୟ ଟେଷ୍ଟକୁ ଭାରତ ଏକ ଇନିଂସ ଓ ୧୩୭ ରନରେ ହାତେଇ ନେଇଥିଲା। ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରାଙ୍କ ଅନୁପସ୍ଥିତି ସତ୍ତ୍ୱେ ଭାରତୀୟ ବୋଲିଂ ବିଭାଗ ଜବରଦସ୍ତ ପ୍ରଦର୍ଶନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୨୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri