Posted inଖେଳ

ଭାରତର ଦମଦାର ବିଜୟ

ଅକ୍‌ଲାଣ୍ଡ,୨୪।୧- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଦଳ ଦମଦାର ବିଜୟ ହାସଲ କରିଛି। ଘରୋଇ ଦଳ ଦ୍ୱାରା ଧାର୍ଯ୍ୟ ୨୦୩ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟକୁ ଭ୍ରମଣକାରୀ ଭାରତ ଗୋଟିଏ ଓଭର ଓ ୬ ଉଇକେଟ ହାତରେ ରଖି ହାସଲ କରିନେଇଛି। ବିଜୟ ସହ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ରେ ଭାରତ ୧-୦ରେ ଆଗୁଆ ରହିଛି। ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରବିବାର ଇଡେନ ପାର୍କଠାରେ ଖେଳାଯିବ।
ଆମନ୍ତ୍ରଣ ପାଇଁ ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୨୦୩ ରନ୍‌ କରିଥିଲା। ଦଳ ପାଇଁ କଲିନ ମୁନ୍‌ରୋ ସର୍ବାଧିକ ୫୯, ରସ ଟେଲର ୫୪*, କେନ ଓ୍ବିଲିୟମସନ ୫୧ ଓ ମାର୍ଟିନ ଗୁପ୍ଟିଲ ୩୦ ରନ୍‌ କରିଥିଲେ। ଭ୍ରମଣକାରୀ ଦଳର ରବୀନ୍ଦ୍ର ଜାଡେଜା, ଶିବମ ଦୁବେ, ୟୁଜବେନ୍ଦ୍ର ଚହଲ, ଶାର୍ଦ୍ଦୁଳ ଠାକୁର ଓ ଯଶପ୍ରୀତ ବୁମରା ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ। ଜବାବରେ ଟିମ୍‌ ଇଣ୍ଡିଆ ଇନିଂସ ଆରମ୍ଭରୁ ରୋହିତ ଶର୍ମା (୭)ଙ୍କ ଉଇକେଟ ହରାଇଥିଲା। ଅନ୍ୟତମ ଲୋକେଶ ରାହୁଲ ଓ ଅଧିନାୟକ ବିରାଟ କୋହଲି ଦ୍ୱିତୀୟ ଉଇକେଟ ପାଇଁ ୯୯ ରନ୍‌ର ଭାଗୀଦାରି କରିଥିଲେ। ପରେ ଦଳ କ୍ରମାଗତ ବ୍ୟବଧାନରେ ୩ ଉଇକେଟ ହରାଇଥିଲା। ଲୋକେଶ ରାହୁଲ (୫୬), କୋହଲି (୪୫) ଓ ଦୁବେ (୧୩) ଆଉଟ ହୋଇ ପ୍ୟାଭିଲିୟନ ଫେରିଥିଲେ। ଏହିଠାରୁ ଶ୍ରେୟାସ ଆୟାର ଓ ମନୀଷ ପାଣ୍ଡେଙ୍କ ଯୋଡ଼ି ଆବଶ୍ୟକ ରନ୍‌ ସଂଗ୍ରହ କରି ଦଳକୁ ବିଜୟ ଭେଟି ଦେଇଥିଲେ। ଆୟାର ୫୮ ଓ ପାଣ୍ଡେ ୧୩ ରନ୍‌ କରି ଅପରାଜିତ ଥିଲେ। ଘରୋଇ ବୋଲରଙ୍କ ମଧ୍ୟରେ ଇଶ ସୋଧି ଦୁଇଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri