Posted inଜାତୀୟ

ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ

ନୂଆଦିଲ୍ଲୀ, ୨୧।୫: ଟିଆରଏ ରିସର୍ଚ୍ଚ ପକ୍ଷରୁ ଭାରତର ସବୁଠାରୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ ପାଇଛି। ଖେଳ, ସିନେମା ଏବଂ ବିଜନେସ୍‌ର ୩୯ଜଣ ସେଲିବ୍ରିଟି ଏହି ତାଲିକାରେ ସ୍ଥାନ ପାଇଛନ୍ତି। ସିନେମାରେ ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟି ତାଲିକାର ସର୍ବାଗ୍ରେ ଅଛନ୍ତି ବଲିଉଡ ମହାନାୟକ ଅମିତାଭ ବଚ୍ଚନ। ଏହି ତାଲିକାର ଦ୍ୱିତୀୟରେ ଅମିର ଖାନ୍‌, ତୃତୀୟରେ ସଲମାନ ଖାନ, ଚତୁର୍ଥରେ ଅକ୍ଷୟ କୁମାର ଏବଂ ଶାହାରୁଖ୍‌ ଖାନ୍‌ ପଞ୍ଚମ ସ୍ଥାନରେ ରହିଛନ୍ତି। ସେହିଭଳି ମହିଳା ସେଲିବ୍ରିଟିଙ୍କ ତାଲିକାରେ ଦୀପିକା ପାଦ୍ୟୁକୋନ ପ୍ରଥମ ସ୍ଥାନ ହାସଲ କରିଥିବାବେଳେ କ୍ୟାଟ୍ରିନା କୈଫ ଦ୍ୱିତୀୟ, ମାଧୁରୀ ଦିକ୍ଷିତ ତୃତୀୟ ସ୍ଥାନରେ ଅଛନ୍ତି। ସେହିପରି ଖେଳ ଜଗତରେ ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟି ତାଲିକାର ପ୍ରଥମ ସ୍ଥାନ ହାସଲ କରିଛନ୍ତି ବିରାଟ କୋହଲି। ସଚିନ ତେନ୍ଦୁଲକର ଦ୍ୱିତୀୟ ଏବଂ ରୋହିତ ଶର୍ମା ତୃତୀୟ ସ୍ଥାନରେ ରହିଛନ୍ତି। ବିଜନେସ୍‌ରେ ରତନ ଟାଟା ପ୍ରଥମ ସ୍ଥାନରେ ଥିବାବେଳେ ଦ୍ୱିତୀୟରେ ଅଛନ୍ତି ଓ୍ବାଲ୍ଟ ଡିଜନୀ। ସେହିପରି ତୃତୀୟ ସ୍ଥାନରେ ଅଛନ୍ତି ବିଲ୍‌ ଗେଟସ୍‌ ଏବଂ ଚତୁର୍ଥରେ ଅଛନ୍ତି ରିଲାଏନ୍ସ ପ୍ରମୁଖ ମୁକେଶ ଅମ୍ବାନୀ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri