ଭାରତର ସମ୍ବିଧାନ ମୁଖବନ୍ଧରେ ଅହିଂସାକୁ ସ୍ଥାନ ଦିଆଯିବା ପ୍ରସଙ୍ଗ: ସଂଗ୍ରାମୀ ସ୍ମାରକୀ ସ୍ତମ୍ଭରୁ ଆରମ୍ଭ ହେଲା ଦସ୍ତଖତ ଅଭିଯାନ

ଚଣ୍ଡିଖୋଲ,୨୬।୯(ଡି.ଏନ୍‌.ଏ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଅହିଂସାକୁ ଭାରତର ସମ୍ବିଧାନ ମୁଖବନ୍ଧରେ ଅର୍ନ୍ତଭୁକ୍ତ କରିବା ପାଇଁ ଓଡ଼ିଶା ସରକାର ଯେଉଁ ପ୍ରସ୍ତାବ ଗ୍ରହଣ କରିଛନ୍ତି ସେହି ପ୍ରସ୍ତାବକୁ ପ୍ରତ୍ୟେକ ଓଡ଼ିଶାବାସୀ ସମ୍ମତି ଦେବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି। ବୁଧବାର ବଡ଼ଚଣା ବ୍ଲକ ସମୁଖରେ ଥିବା ସ୍ବାଧୀନତା ସଂଗ୍ରାମୀ ସ୍ମାରକୀ ସ୍ତମ୍ଭ ନିକଟରୁ ଏହି ପ୍ରସ୍ତାବ ଉପରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନିଳମଣୀ ସାମଲ ଉଦ୍‌ଘାଟକ ଭାବେ ଯୋଗଦେଇ ପ୍ରଥମେ ଦସ୍ତଖତ କରି ଅଭିଯାନର ଶୁଭାରମ୍ଭ କରିଥିଲେ। ମହାତ୍ମାଗାନ୍ଧୀଙ୍କ ଅହିଂସା ନୀତି ଫଳରେ ଦୀର୍ଘ ୨ଶହ ବର୍ଷ ଧରି ଇଂରେଜ ଶାସନ ଭାରତରୁ ଲୋପ ପାଇ ଥିଲା ବୋଲି ମୁଖ୍ୟଅତିଥି ଭାବେ ବିଧାୟକ ଅମର ପ୍ରସାଦ ଶତପଥି ଯୋଗ ଦେଇ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବଡ଼ଚଣା ବିଡିଓ ଅଜିତ ପ୍ରସାଦ ନାରାୟଣ ଗିରି, ବଡ଼ଚଣା ପଞ୍ଚାୟତ ସମିତି ଅଧ୍ୟକ୍ଷ ଭାଗ୍ୟଧର ମଲିକ, ଜିଲା ପରିଷଦ ସଭ୍ୟ ଅରବିନ୍ଦ ସାମଲ, ମିହିର ପ୍ରତାପ ଦାସ, ଜିଲା ପରିଷଦ ସଭ୍ୟା ବିନୋଦିନୀ ସାହୁ, ସୁମତୀ ବାସ୍କେ, ଗଣେଶ୍ୱର ବରାଳ, ରଞ୍ଜନ କୁମାର ଦାସ, ନିରଞ୍ଜନ ସେନାପତି, ସଞ୍ଜୟ କୁମାର ସ୍ବାଇଁ, ମାଧବାନନ୍ଦ ମହାପାତ୍ର, ଅଜୟ କୁମାର ସାମଲ ପ୍ରମୁଖ ଏହି ଦସ୍ତଖତ ଅଭିଯାନରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri