Posted inଖେଳ

ଭାରତର ସ୍ଥିତି ଦୃଢ଼

ବିଶାଖାପାଟଣା,୪।୧୦: ଏଠାରେ ଭାରତ ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକାର ଡିନ ଏଲଗାର ଓ କ୍ୱିଣ୍ଟନ ଡି’ କକ୍‌ଙ୍କ ଶତକ ଲଗାଇଛନ୍ତି। ଏହାସତ୍ତ୍ୱେ ଭାରତୀୟ ଦଳ ଦୃଢ଼ ସ୍ଥିତିରେ ରହିଛି। ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରି ୫୦୨ ରନ୍‌ କରିଥିଲା। ଭ୍ରମଣକାରୀ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୯/୩ରୁ ବ୍ୟାଟିଂ ଆରମ୍ଭ କର ଶୀଘ୍ର ତେମ୍ବା ବାଭୁମା(୧୮)ଙ୍କ ଉଇକେଟ ହରାଇଥିଲା। ପରେ ଅଧିନାୟକ ଫାଫ ଡୁ’ପ୍ଲେସିଙ୍କ ସହ ମିଶି ଏଲଗାର ଦଳୀୟ ସ୍କୋରକୁ ୧୭୮ରେ ପହଞ୍ଚାଇଥିଲେ। ଡୁ’ପ୍ଲେସି (୫୫) ଆଉଟ୍‌ ହେବା ପରେ ଏଲଗାର ଓ ଡି’କକ୍‌ଙ୍କ ମଧ୍ୟରେ ୬ଷ୍ଠ ଉଇକେଟ ପାଇଁ ୧୬୪ ରନ୍‌ର ଭାଗୀଦାରି ହୋଇଥିଲା। ଏହାପରେ ଦଳ କ୍ରମାଗତ ବ୍ୟବଧାନରେ ଏଲଗାର (୧୬୦), ଡି’କକ୍‌ (୧୧୧) ଓ ଭର୍ନନ ଫିଲାଣ୍ଡର (୦)ଙ୍କ ଉଇକେଟ ହରାଇଥିଲା। ଫଳରେ ତୃତୀୟ ଦିନ ଶେଷ ସୁଦ୍ଧା ଭ୍ରମଣକାରୀ ଦଳ ୮ ଉଇକେଟ ହରାଇ ୩୮୫ ରନ୍‌ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ସେନୁରାନ ମୁଥୁସାମୀ ୧୨ ଓ କେଶବ ମହାରାଜ ୩ ରନ୍‌ କରି ଅପରାଜିତ ଅଛନ୍ତି। ଭ୍ରମଣକାରୀ ଦଳକୁ ଇନିଂସ ଅଗ୍ରଣୀ ପାଇଁ ବଳକା ୨ ଉଇକେଟରେ ୧୧୭ ରନ୍‌ ଦରକାର। ଘରୋଇ ଦଳ ଲାଗି ରବିଚନ୍ଦ୍ରନ ଅଶ୍ୱିନ ୫ ଓ ରବୀନ୍ଦ୍ର ଜାଡେଜା ୨ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri