ଭାରତୀଙ୍କ ମୁହଁରେ ଫୁଟିଲା ହସ

ଭୁବନ, ୧୨।୩(ଡି.ଏନ.ଏ.) ବିବାହ ଆଗରୁ ନିଆଁ ସାଜିଲା ବଇରି। ନିଆଁରେ ଛାରଖାର ହୋଇଗଲା ସବୁକିଛି। ଏହାକୁ ନେଇ ବେଶ୍‌ ଚିନ୍ତିତ ହୋଇପଡ଼ିଥିଲେ ପରିବାର। ହେଲେ ବଦାନ୍ୟ ବ୍ୟକ୍ତି ଏବଂ ସାମାଜିକ ସଙ୍ଗଠନ ସହଯୋଗର ହାତ ବଢ଼ାଇବା ପରେ ସବୁକିଛି ସୁରୁଖୁରୁରେ ସରିଛି। ନୂଆ ଜୀବନ ଆରମ୍ଭ କରିଛନ୍ତି ଭୁବନ ବ୍ଲକ ବାଉଁଶକଣ ଗ୍ରାମର ଭାରତୀ ପଧାନ। ଅନ୍ୟପଟେ ଝିଅକୁ ବିବାହ ଦେଇ ବେଶ୍‌ ଖୁସି ଅଛନ୍ତି ବାପା ବିଶ୍ୱନାଥ ପଧାନ ଏବଂ ପରିବାର ଲୋକେ।
ଫେବୃୟାରୀ ୨୮। ଏହି ଦିନ ବିଶ୍ୱନାଥଙ୍କ ପରିବାର ଉପରେ ଛିଣ୍ଡି ପଡ଼ିଥିଲା ଦୁଃଖର ପାହାଡ଼। ମଧ୍ୟରାତ୍ରରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡ ଗ୍ରାମର ୫ ପରିବାର ମୁହଁରୁ ଛଡ଼ାଇନେଲା ଖୁସି। ସବୁଠୁ ବେଶି ଦୁଃଖ ଅଜାଡ଼ି ହୋଇପଡ଼ିଥିଲା ବିଶ୍ୱନାଥଙ୍କ ପରିବାର ଉପରେ। କାରଣ ଝିଅ ଭାରତୀଙ୍କ ବିବାହ ଠିକ୍‌ ହୋଇ ସାରିଥିବାବେଳେ ମୂଲ୍ୟବାନ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଥିଲା। ଖଟିଲେ ଖାଉଥିବା ବିଶ୍ୱନାଥଙ୍କ ପାଇଁ ଏହା କୌଣସି ଅଭିଶାପଠାରୁ କମ୍‌ ନ ଥିଲା। ଝିଅ ବିବାହ କିପରି ହେବ ତାହାକୁ ନେଇ ସେ ଚିନ୍ତାରେ ପଡ଼ିଥିଲେ। ଅନ୍ୟପଟେ ଏହି ଘଟଣା ଗଣମାଧ୍ୟମରେ ପ୍ରକାଶିତ ହେବାପରେ ବିଭିନ୍ନ ବଦାନ୍ୟ ବ୍ୟକ୍ତି, ସାମାଜିକ ସଙ୍ଗଠନ ସହାୟତାର ହାତ ବଢ଼ାଇଥିଲେ। ଭାରତୀଙ୍କୁ ଭାବି ଶାଶୁଘରୁ ମିଳିଲା ଆଶ୍ୱାସନା। ଭାବି ବର ତଥା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ଦଶରଥ ପ୍ରଧାନଙ୍କ ପୁଅ ଅକ୍ଷୟ ମଧ୍ୟ ନିରାଡ଼ମ୍ବର ଭାବେ ବିବାହ କରିବାକୁ ରାଜି ହୋଇଯାଇଥିଲେ। ବୁଧବାର ଭାରତୀ ଏବଂ ଅକ୍ଷୟଙ୍କ ବିବାହ ଶେଷ ହୋଇଛି। ଖୋର୍ଦ୍ଧା ଜିଲାର ନଖରା ଗ୍ରାମର ଲକ୍ଷେଶ୍ୱର ମହାଦେବ ସେବା ସଙ୍ଗଠନ ପକ୍ଷରୁ ଭାରତୀଙ୍କ ପାଇଁ ସମସ୍ତ ଆସବାବପତ୍ର ବ୍ୟବସ୍ଥା କରାଯାଇଥିଲା। ଏଥିସହ ୨୦୦ ଜଣଙ୍କ ପାଇଁ ଭୋଜିର ଆୟୋଜନ କରାଯାଇଥିଲା। ଏମ୍‌ପି ମହେଶ ସାହୁ, ପୁରୀ ଗୋବର୍ଦ୍ଧନ ପୀଠ ଆଦିତ୍ୟ ବାହିନୀର ମହାସଚିବ ମାତୃପ୍ରସାଦ ମିଶ୍ର, ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ନନ୍ଦକିଶୋର ସାହୁ, ହିନ୍ଦୋଳ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତ, ସୁଧାକର ସାହୁ, ମଳୟ ତ୍ରିପାଠୀ ପ୍ରମୁଖ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇଥିଲେ। ଭୁବନ ତୃପ୍ତି ପାଠାଗାରର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri