Posted inଖେଳ

ଭାରତୀୟ କ୍ରିକେଟ ଅଧିନାୟକଙ୍କ ଲାଗି ସ୍ବତନ୍ତ୍ର ନମ୍ବର ୧୮୩

ଭାରତୀୟ ଦିନିକିଆ କ୍ରିକେଟ ଦଳର ସଫଳତମ ଅଧିନାୟକଙ୍କ ଲକି ନମ୍ବର ହେଉଛି ୧୮୩ । ଏହାର କାରଣ ଭାରତୀୟ କ୍ରିକେଟ ଦଳର ପ୍ରଶଂସକମାନଙ୍କୁ ଜଣାଥିବ। ସୌରଭ ଗାଙ୍ଗୁଲି, ମହେନ୍ଦ୍ର ସିଂ ଧୋନୀ ଓ ବିରାଟ କୋହଲିଙ୍କ ଦିନିକିଆ କ୍ୟାରିୟରର ସର୍ବାଧିକ ସ୍କୋର ହେଉଛି ୧୮୩। ଏହି ସମସ୍ତ ବ୍ୟାଟ୍ସମ୍ୟାନ ଦିନିକିଆ କ୍ୟାରିୟରରେ ୧୮୩ ରନ୍‌ ଇନିଂସ ଖେଳିବା ପରେ ଦଳର ନେତୃତ୍ୱ ଭାର ପାଇଛନ୍ତି। ମହମ୍ମଦ ଆଝାରୁଦ୍ଦିନଙ୍କ ନେତୃତ୍ୱରେ ଗାଙ୍ଗୁଲି ୧୯୯୯ ବିଶ୍ୱକପ ଦଳର ସଦସ୍ୟ ଥିଲେ। ଶ୍ରୀଲଙ୍କା ବିପକ୍ଷ ବିଶ୍ୱକପ୍‌ ମ୍ୟାଚ୍‌ରେ ଗାଙ୍ଗୁଲି ୧୫୮ ବଲରୁ ୧୮୩ ରନ୍‌ର ଇନିଂସ ଖେଳିଥିଲେ। ତାଙ୍କ ବିସ୍ଫୋରକ ଇନିଂସରେ ୭ ଛକା ଓ ୧୭ ଚୌକା ସାମିଲ ଥିଲା। ଏହି ମ୍ୟାଚ୍‌ରେ ରାହୁଲ ଡ୍ରାଭିଡ୍‌ ମଧ୍ୟ ୧୪୫ ରନ୍‌ କରିଥିଲେ। ଏହାପରେ ୨୦୦୦ ମସିହାରେ ସଚିନ ତେନ୍ଦୁଲକର ପଦତ୍ୟାଗ କରିବା ପରେ ଗାଙ୍ଗୁଲି ଭାରତୀୟ ଦଳର ଅଧିନାୟକ ଭାର ସମ୍ଭାଳିଥିଲେ। ତାଙ୍କ ନେତୃତ୍ୱରେ ୨୦୦୫ରେ ଶ୍ରୀଲଙ୍କା ବିପକ୍ଷ ଏକ ମ୍ୟାଚ୍‌ରେ ମହେନ୍ଦ୍ର ସିଂ ଧୋନୀ ୧୮୩ ରନ୍‌ର ଇନିଂସ ଖେଳି ଅପରାଜିତ ରହିଥିଲେ। ଏଥିରେ ୧୦ ଛକା ଓ ୧୫ ଚୌକା ସାମିଲ ଥିଲା। ୨୦୦୭ରେ ଟି୨୦ ବିଶ୍ୱକପ୍‌ବେଳେ ତାଙ୍କୁ ଭାରତୀୟ ଦଳର ନେତୃତ୍ୱ ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ ହୋଇଥିଲେ। ତାଙ୍କ ନେତୃତ୍ୱରେ ବିରାଟ କୋହଲି ୨୦୧୨ରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷରେ ୧୮୩ ରନ୍‌ କରିଥିଲେ। ଏହାର ଦୁଇବର୍ଷ ପରେ ତାଙ୍କୁ ଟେଷ୍ଟ ବାଦ୍‌ ଦିନିକିଆ ଓ ଟି୨୦ ଦଳର ନେତୃତ୍ୱ ଦାୟିତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri