Posted inଖେଳ

ଭାରତୀୟ କ୍ରିକେଟ ଦଳର ‘ସୁପର୍‌ ଫ୍ୟାନ୍‌’ଙ୍କ ପରଲୋକ, ଦିନେ ବିରାଟଙ୍କୁ କରିଥିଲେ ଆଶୀର୍ବାଦ

ନୂଆଦିଲ୍ଲୀ,୧୬।୧: ଇଂଲଣ୍ଡରେ ଆୟୋଜିତ ହୋଇଥିବା ୨୦୧୯ କ୍ରିକେଟ ବିଶ୍ୱକପରେ ଭାରତୀୟ ଦଳକୁ ଚିୟର୍‌ କରିବା ପାଇଁ ଷ୍ଟାଡିୟମରେ ଉପସ୍ଥିତ ରହୁଥିଲେ ୮୭ ବର୍ଷୀୟା ଚାରୁଲତା ପଟେଲ। ସେ ସମୟରେ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚାରେ ମଧ୍ୟ ଥିଲେ। ତାଙ୍କ ସୁପର ଫ୍ୟାନ୍‌ ଆଖ୍ୟା ମଧ୍ୟ ଦିଆଯାଇଥିଲା। ଜାନୁୟାରୀ ୧୩ ତାରିଖରେ ତାଙ୍କର ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଶୋକ ପ୍ରକାଶ କରିଛି।
ଗତ ବିଶ୍ୱକପରେ ଭାରତ ସେମିଫାଇନାଲରେ ପହଞ୍ଚିବା ପରେ ଚାରୁଲତାଙ୍କୁ ଭେଟିଥିଲେ ଅଧିନାୟକ ବିରାଟ କୋହଲି ଏବଂ ହିଟ ମ୍ୟାନ ରୋହିତ ଶର୍ମା। ସେ କୋହଲିଙ୍କୁ କୋଳାଗ୍ରତ କରିବା ସହ ତାଙ୍କୁ ବିଜୟ ପାଇଁ ଆଶୀର୍ବାଦ ମଧ୍ୟ ଦେଇଥିଲେ। ସୂଚନାଯୋଗ୍ୟ, ଚାରୁଲତାଙ୍କ ମାତାପିତା ଭାରତୀୟ ଥିଲେ। ସେ କିନ୍ତୁ ତାଞ୍ଜାନିଆ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଦୁଇ ପୁଅ ଇଂଲଣ୍ଡରେ ସରେ ପକ୍ଷରୁ କାଉଣ୍ଟି କ୍ରିକେଟ ଖେଳୁଥିବାରୁ ସେ କ୍ରିକେଟ ପସନ୍ଦ କରନ୍ତି। ୧୯୮୩ରେ ଭାରତ ବିଶ୍ୱକପ ଜିତିବାବେଳେ ମୁଁ ଇଂଲଣ୍ଡରେ ରହୁଥିଲି। ଚାକିରି କଲା ସମୟରେ ଭାରତୀୟ ମ୍ୟାଚ ସବୁ ଟିଭିରେ ଦେଖେ। ଏବେ ସମୟ ମିଳିଲେ ଷ୍ଟାଡିୟମରେ ଆସି ଦେଖୁଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri