Posted inଖେଳ

ଭାରତୀୟ ଦଳକୁ ଶକ୍ତ ଧକ୍କା

ଖ୍ରୀଷ୍ଟଚର୍ଚ୍ଚ,୨୮।୨- ପ୍ରଥମ ଟେଷ୍ଟରେ ଶୋଚନୀୟ ପରାଜୟ ବରଣ କରିଥିବା ଭାରତୀୟ ଦଳ ଏବେ ସମସ୍ୟାରେ ଘେରି ହୋଇଯାଇଛି। ଆହତ ସମସ୍ୟା କାରଣରୁ ମୁଖ୍ୟ ବୋଲର ଈଶାନ୍ତ ଶର୍ମା ଦ୍ୱିତୀୟ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି। ଗତ ଜାନୁୟାରୀରେ ବିଦର୍ଭ ବିପକ୍ଷ ରଣଜୀ ମ୍ୟାଚ୍‌ବେଳେ ତାଙ୍କ ଗୋଇଠିରେ ଆଘାତ ଲାଗିଥିଲା। ଏହି ସମସ୍ୟା ପୁଣି ଥରେ ଦେଖାଦେଇଛି। ତାଙ୍କ ଗୋଇଠିରେ ଯନ୍ତ୍ରଣା ହେଉଥିବା ଭେଟେରାନ ପେସର ମ୍ୟାନେଜମେଣ୍ଟକୁ ଜଣାଇ ଦେଇଥିଲେ। ତାଙ୍କୁ ଶୁକ୍ରବାର ଟେଷ୍ଟ ପାଇଁ ପଠାଯାଇଛି। ରିପୋର୍ଟକୁ ଅପେକ୍ଷା କରାଯାଇଛି। ତାଙ୍କ ଅନୁପସ୍ଥିତି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ ପାଇଁ ଏକ ବଡ଼ କ୍ଷତି। କାରଣ ପ୍ରଥମ ଟେଷ୍ଟରେ ସମସ୍ତ ବୋଲର ବିଫଳ ହୋଇଥିବାବେଳେ ଈଶାନ୍ତ ୫ ଉଇକେଟ ସଫଳତା ପାଇଥିଲେ। ତାଙ୍କ ସ୍ଥାନରେ ସମ୍ଭବତଃ ଉମେଶ ଯାଦବଙ୍କୁ ଦଳରେ ସ୍ଥାନ ମିଳିପାରେ। ମୁଖ୍ୟକୋଚ୍‌ କୋଚ୍‌ ରବି ଶାସ୍ତ୍ରୀ ଓ ବୋଲିଂ କୋଚ୍‌ ଭରତ ଅରୁନ ଅଭ୍ୟାସବେଳେ ଉମେଶଙ୍କ ସହ ଦୀର୍ଘ ସମୟ ଧରି କଥା ହୋଇଥିଲେ। ଅନ୍ୟ ପେସର ଯଶପ୍ରୀତ ବୁମରା ଓ ମହମ୍ମଦ ଶାମି ଲମ୍ବା ସମୟ ପାଇଁ ନେଟ୍ସରେ ବୋଲିଂ କରିଥିଲେ। ଉମେଶ ଏପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡରେ ଗୋଟିଏ ହେଲେ ଟେଷ୍ଟ ଖେଳିନାହାନ୍ତି। ସେ ୨୦୧୮ ଡିସେମ୍ବରରେ ଅନ୍ତିମ ଥର ଭାରତ ବାହାରେ ଟେଷ୍ଟ ଖେଳିଥିଲେ। ଦେଶ ବାହାରେ ତାଙ୍କ ରେକର୍ଡ ସେତେଟା ଭଲ ନାହିଁ। ସେ ୧୭ ଟେଷ୍ଟ ଖେଳି ମାତ୍ର ୪୬ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri