Posted inଖେଳ

ଭାରତୀୟ ଦଳ ସହ ଗସ୍ତ କରିବେ ୪ ନେଟ୍‌ ବୋଲର

ନୂଆଦିଲ୍ଲୀ, ୧୬।୪- ଆଇସିସି ବିଶ୍ୱକପ୍‌ ଲାଗି ସୋମବାର ବିରାଟ କୋହଲିଙ୍କ ନେତୃତ୍ୱରେ ୧୫ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଥିଲା। ତେବେ ବିଶ୍ୱକପ୍‌ ସମୟରେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ନେଟ୍ସରେ ବୋଲିଂ ସହାୟତା କରିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୪ଜଣ ଦ୍ରୁତ ବୋଲରଙ୍କୁ ମନୋନୀତ କରିଛି। ବାମହାତୀ ଦ୍ରୁତ ବୋଲର ଖଲିଲ ଅହମ୍ମଦଙ୍କ ସମେତ ଦୀପକ ଚହର, ନବଦୀପ ସଇନି ଓ ଅଭେଷ ଖାଁ ବିଶ୍ୱକପ୍‌ ସମୟରେ ନେଟ୍ସରେ ଭାରତୀୟ ଖେଳାଳିଙ୍କୁ ପ୍ରସ୍ତୁତିରେ ସହାୟତା କରିବେ ବୋଲି ବିସିସିଆଇ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି। ଏହି ୪ ଜଣ ଦ୍ରୁତ ବୋଲର ବର୍ତ୍ତମାନ ଚାଲିଥିବା ଆଇପିଏଲ୍‌ରେ ବିଭିନ୍ନ ଫ୍ରାଞ୍ଚାଇଜ୍‌ ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି। ଦୀପକ ଓ ନବଦୀପ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ଖେଳୁଛନ୍ତି। ସେହିଭଳି ଅଭେଷ ଓ ଖଲିଲ ଯଥାକ୍ରମେ ଦିଲ୍ଲୀ କ୍ୟାପିଟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପକ୍ଷରୁ ଅଂଶଗ୍ରହଣ କରୁଛନ୍ତି। ଆଇପିଏଲ୍‌ରେ ବାଙ୍ଗାଲୋର ଖରାପ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଉଭୟ ଦୀପକ ଓ ନବଦୀପ ବର୍ତ୍ତମାନ ସୁଦ୍ଧା ୧୦ଟି ଲେଖାଏ ଉଇକେଟ୍‌ ଅକ୍ତିଆର କରିଛନ୍ତି। ତେବେ ଅଭେଷ ଓ ଖଲିଲ୍‌ କେବଳ ଗୋଟିଏ ଲେଖାଏ ମ୍ୟାଚ୍‌ ଖେଳିବାର ସୁଯୋଗ ପାଇଛନ୍ତି। ପ୍ରକାଶଯୋଗ୍ୟ, ମେ ୩୦ରୁ ଇଂଲଣ୍ଡରେ ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଆରମ୍ଭ ହେବ। ଭାରତ ଜୁନ୍‌ ୫ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳି ଏହାର ଅଭିଯାନ ଆରମ୍ଭ କରିବ। ଏହାପରେ ୨ୟ ମ୍ୟାଚ୍‌ରେ ଭାରତ ଜୁନ ୯ରେ ଅଷ୍ଟ୍ରେଲିଆକୁ ଭେଟିବାର କାର୍ଯ୍ୟସୂଚୀ ରହିଛି। ଲିଗ୍‌ ପର୍ଯ୍ୟାୟ ଜୁନ ୧୬ରେ ମାଞ୍ଚେଷ୍ଟରଠାରେ ଭାରତ ଓ ପାକିସ୍ତାନ ମଧ୍ୟରେ ଏକ ହାଇଭୋଲଟେଜ ମ୍ୟାଚ୍‌ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri